୧୪ରେ ବସିପାରେ ଜିଏସ୍‌ଟି ପରିଷଦ ବୈଠକ

ନୂଆଦିଲ୍ଲୀ,୧।୬: ସରକାରଙ୍କୁ ବର୍ତ୍ତମାନ ଟିକସ ସଂଗ୍ରହ କ୍ଷେତ୍ରରେ ଚାପର ସମ୍ମୁଖୀନ ହେବାକୁ ପଡୁଛି। ଏହି ପରିପ୍ରେକ୍ଷୀରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗି ସର୍ବୋଚ୍ଚ ସଂସ୍ଥା କୁହାଯାଉଥିବା ଜିଏସ୍‌ଟି ପରିଷଦ ବୈଠକ ଜୁନ ୍‌ମାସ ୧୪ରେ ବସିପାରେ। କୋଭିଡ୍‌-୧୯ ପରେ ଏହା ପ୍ରଥମ ବୈଠକ ହେବ। ମାର୍ଚ୍ଚ ୨୫ ପରଠାରୁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହେବା ଯୋଗୁ ଟିକସ ସଂଗ୍ରହ ବାଧାପ୍ରାପ୍ତ ହୋଇଛି। ଜିଏସ୍‌ଟି ପରିଷଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅଧ୍ୟକ୍ଷ ରହିଥିବା ବେଳେ ସବୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରୁ ପ୍ରତିନିଧି ଏଠାରେ ରହିଛି। ପରିଷଦର ବୈଠକ ଜୁନ୍‌ ୧୪ରେ ହେବା ନେଇ ଯୋଜନା ରହିଥିବା ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ମାର୍ଚ୍ଚରେ ବସିଥିବା ବୈଠକରେ କରୋନା ଭାଇରସ୍‌ର ପ୍ରଭାବ ଅର୍ଥ ବ୍ୟବସ୍ଥା ଉପରେ କ’ଣ ରହିବ ସେ ନେଇ କୌଣସି ଆଲୋଚନା ହୋଇ ନ ଥିଲା। ସେହି ସମୟରେ କରୋନା ମାମଲା କମ୍‌ ରହିଥିଲା। ଲକ୍‌ଡାଉନ ମଧ୍ୟ ଘୋଷଣା କରାଯାଇ ନ ଥିଲା। ବର୍ତ୍ତମାନ ଟିକସ ସଂଗ୍ରହରେ ବାଧା ରହୁଥିଲେ ମଧ୍ୟ ଟିକସ ହାର ବୃଦ୍ଧି ସପକ୍ଷରେ ସରକାର ନାହାନ୍ତି ବୋଲି କୁହାଯାଉଛି। କାରଣ ଅଣଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଟିକସ ବୃଦ୍ଧି ହେଲେ ଏହା ଚାହିଦାକୁ ଫେରାଇ ଆଣିବା ଦିଗରେ ବାଧା ଉପୁଜାଇବ। ଅର୍ଥ ବ୍ୟବସ୍ଥା ପ୍ରଭାବିତ ସ୍ଥିତିରେ ଥିବାରୁ ଏହାକୁ ଟ୍ରାକ୍‌କୁ ଫେରାଇ ଆଣିବା ଦିଗରେ ଏହା ଅସୁବିଧା ସୃଷ୍ଟି କରିବ। ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ପରିଷଦ ଗ୍ରହଣ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri