୧୪ରେ ରିଲିଜ ହେବ ‘ଗେମ୍‌ ଓଭର’

ମୁମ୍ବାଇ: ଆଗାମୀ ବହୁଭାଷିକ ଥ୍ରିଲର ‘ଗେମ୍‌ ଓଭର’ ରିଲିଜ ଅପେକ୍ଷାରେ ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ। । ଏଥିରେ ସେ ଜଣେ ଭିନ୍ନକ୍ଷମ ଚରିତ୍ରରେ ଅଭିନୟ କରିଛନ୍ତି। ଏକ ହୁଇଲ୍‌ ଚେୟାରରେ ନିଜର ଜୀବନ ସଂଗ୍ରାମ ଜାରି ରଖିଛନ୍ତି। ଅଶ୍ୱିନ ସର୍ବାନନ୍‌ଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ହିନ୍ଦୀ ଭର୍ସନରେ ସ୍ବର ଦେଇଛନ୍ତି ତାପସୀ। ‘ଗେମ୍‌ ଓଭର’ର ଯୁଗ୍ମ ପ୍ରଯୋଜନା ଦାୟିତ୍ୱରେ ଅଛନ୍ତି ଓ୍ବାଇ ନଟ୍‌ ଷ୍ଟୁଡିଓ ଏବଂ ରିଲାଏନ୍ସ ଏଣ୍ଟରଟେନ୍‌ମେଣ୍ଟ। ଏହାର ହିନ୍ଦୀ ଭର୍ସନରେ ଅନୁରାଗ କଶ୍ୟପ ଭଏସ୍‌ ଦେଇଥିବା ବେଳେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ରନ୍‌ ୟୋହନ୍‌। ଏହା ଜୁନ୍‌ ୧୪ରେ ରିଲିଜ ହେବାର ଅଛି। ତାପସୀ ଇତିମଧ୍ୟରେ ମୁମ୍ବାଇରେ ୩ ବେଡରୁମ୍‌ ବିଶିଷ୍ଟ ଏକ ଫ୍ଲାଟ୍‌ କିଣିଛନ୍ତି। ତାଙ୍କ ଭଉଣୀ ନୂଆ ଆପାର୍ଟମେଣ୍ଟର ଅଭ୍ୟନ୍ତର ସାଜସଜ୍ଜା ଦାୟିତ୍ୱ ନେଇଛନ୍ତି। ଏଥିପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଉକ୍ତ ଅଭିନେତ୍ରୀ ଗୃହର ସାଜ ସରଞ୍ଜାମ କିଣିବାରେ ରୁଚି ରଖନ୍ତି। ଥାଇଲାଣ୍ଡର କୋହ ସାମୁଇ ଗସ୍ତ କରିଥିବାବେଳେ ସେଠାରୁ କିଛି ଲାଇଟ୍‌ କିଣିବା ସହିତ ଗତବର୍ଷ ସ୍ପେନ୍‌କୁ ଛୁଟି କଟାଇବାକୁ ଯାଇଥିବାବେଳେ ଘରସଜେଇବା ସାମଗ୍ରୀ କିଣି ସେ ସବୁକୁ ସାଇତି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri