୧୪ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ସତର୍କ ସୂଚନା ଜାରି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରେ ଅଗଷ୍ଟ ୧୪ରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ। ଏନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିର ହୋଇଛି। ଚିଠି ନଂ-୪୯୧ରେ ଜିଲା ପ୍ରଶାସନ ଓ ଅନ୍ୟ ବିଭାଗୀୟ ଅଧିକାରୀଙ୍କୁ ଏ ନେଇ ସୂଚନା ଦିଆଯାଇଛି। ପୂର୍ବାହ୍ନ ୧୧ରେ ପାଣି ଛଡାଯିବ। ଏହାଦ୍ୱାରା ମହାନଦୀ ସମେତ ତାର ଶାଖା ନଦୀଗୁଡିକରେ ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ ପ୍ରବେଶ ସମୟରେ ସତର୍କତା ଅବଲମ୍ବନ କରିବାକୁ ଡ୍ୟାମ୍‌ ତଳ ମୁଣ୍ଡରେ ବସବାସ କରୁଥିବା ଲୋକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟାଜଳ ନିଷ୍କାସନ ପରେ କୌଣସି ଦୁର୍ଘଟଣା ଘଟିଲେ ଡ୍ୟାମ୍‌ କର୍ତ୍ତୃପକ୍ଷ ଦାୟୀ ନୁହନ୍ତି ବୋଲି ସୂଚନା ଦିଆଯାଇଛି।

ପ୍ରକାଶଯୋଗ୍ୟ, ଶନିବାର ମଧ୍ୟାହ୍ନ ସୁଦ୍ଧା ଡ୍ୟାମ୍‌ରେ ଜଳସ୍ତର ୬୧୧.୧୯ ଫୁଟ ରହିଛି। ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୪ ହଜାର ୧୫୯ କ୍ୟୁସେକ୍‌ ପାଣି ପ୍ରବେଶ କରୁଥିବା ବେଳେ ୧୭ ହଜାର ୭୪୦ କ୍ୟୁସେକ୍‌ ପାଣି ନିଷ୍କାସନ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri