୧୪୫ ଲିଟର ମଦ ଜବତ, ୫ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଅବକାରୀ ଚଢ଼ାଉ କରାଯାଇଛି। ୧୪୫ ଲିଟର ଦେଶୀ ଚୋରାମଦ ପୋଲିସ ଜବତ କରିବା ସହ ଶତାଧିକ ଲିଟର ମହୁଲ ପୋଚକୁ ନଷ୍ଟ କରିଛି। ସେହିପରି ମଦରନ୍ଧାରେ ବ୍ୟବହାର କରାଯାଉଥିବା ସାମଗ୍ରୀ ଜବତ କରାଯାଇଛି। ଏହି ଚୋରାମଦ କାରବାରରେ ଲିପ୍ତ ଥିବା ୫ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ କୁମ୍ଭାରିଗାଁ ପଞ୍ଚାୟତ ତୁଡ଼ୁବିଜୁ ଗ୍ରାମର ନାୟକ ଦେଶମାଝି, ବିନୋଦ ମଲ୍ଲିକ, ଜୁଲିଆନ ମଲ୍ଲିକ, ଦିବାକର ଦେଶମାଝି, ଏବଂ ଝିଞ୍ଜିରିଗୁଡ଼ା ପଞ୍ଚାୟତ କିରାମାହା ଗ୍ରାମର ସେନସାତ ମଲ୍ଲିକ ବୋଲି ଥାନାଧିକାରୀ ରଞ୍ଜିତ୍‌ କୁମାର ମୁନି କହିଛନ୍ତି ା ସେମାନଙ୍କ ନାମରେ (୧୦୬ ୧୦୭,୧୦୮,୧୦୯,୧୧୦/୧୯)ରେ ମାମଲା ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri