୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ

କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ତତ୍ପର ହୋଇପଡ଼ିଛି। ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ ବୈଠକ ବସିଛି। ‘ଅମ୍ଫନ୍‌’ ମୁକାବିଲା ପାଇଁ ୧୪ ଜଣଙ୍କୁ ସେକ୍ଟର ଅଫିସର ଭାବେ ଦାୟିତ୍ୱ ଦିଆଯାଇଛି। ପ୍ରତ୍ୟେକଙ୍କୁ ୪ଟି ଲେଖାଏଁ ୱାର୍ଡର ଦାୟିତ୍ୱ ଦିଆଯାଇଛି। ସେକ୍ଟର ଅଫିସର ସେମାନଙ୍କ ୱାର୍ଡରେ ଜଣେ ଲେଖାଏ ଯନ୍ତ୍ରୀ, କମ୍ୟୁନିଟି ଅର୍ଗାନାଇଜର୍‌ ଓ ସାନିଟାରୀ ଇନ୍ସପେକ୍ଟରଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ପରିଚାଳନା ସହ ସବୁ ଅଧିକାରୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏହାଛଡ଼ା ୯୯ଟି ବସ୍ତି ଅଞ୍ଚଳର ତାଲିକା ପ୍ରସ୍ତୁତ କରାଯାଇଛି। ଉକ୍ତ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ୮୪ଟି ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥା କରାଯାଉଛି। ସହରରେ ଏହି ସମୟରେ ବର୍ଷା ଜଳ ନିଷ୍କାସନକୁ ଗୁରୁତ୍ୱ ଦିଆଯାଇଛି। ସୋମବାର ଖାନନଗର, ମାତୃଭବନ ଭଳି ସମସ୍ତ ସ୍ଲୁଇସ୍‌ ଗେଟ୍‌ ଓ ଜିରୋ ପଏଣ୍ଟକୁ ଖୋଲାଯାଇଛି। ଜାଇକା ସମେତ ଅଗ୍ନିଶମ ବିଭାଗ ଓ ସିଏମ୍‌ସିର ପାଖାପାଖି ଶତାଧିକ ପମ୍ପ ସେଟ୍‌ ଓ ଜେନେରେଟର୍‌ ପ୍ରସ୍ତୁତଥିବା କମିଶନର ଅନନ୍ୟା ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri