୧୪ ଦଫା ଦାବିରେ ଆଶାକର୍ମୀଙ୍କ ବିକ୍ଷୋଭ

ନୟାଗଡ଼ ଅଫିସ,୫ା୯- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶ୍ରମିକ ଓ କର୍ମଚାରୀ ମାରଣନୀତିର ପ୍ରତିବାଦ ଏବଂ ଆଶାକର୍ମୀମାନଙ୍କ ବିଭିନ୍ନ ଦାବି ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ବୁଧବାର ଆଶାକର୍ମୀମାନେ ବିକ୍ଷୋଭ କରିଥିଲେ। ଓଡ଼ିଶା ଆଶାକର୍ମୀ ଆସୋସିଏଶନ ସିଟୁ ନୟାଗଡ଼ ଜିଲା କମିଟି ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ଆଶାକର୍ମୀମାନେ ପୁରୁଣା ବସ୍‌ଷ୍ଟାଣ୍ଡରୁ ଏକ ଶୋଭାଯାତ୍ରାରେ ବାହାରି ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ଉପଲକ୍ଷେ ଜିଲା ସଭାପତି ନଳିନୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ କେନ୍ଦ୍ରରେ ମୋଦି ସରକାରଙ୍କ ଶ୍ରମିକ ଓ କର୍ମଚାରୀ ମାରଣ ନୀତିକୁ ତୀବ୍ର ସମାଲୋଚନା କରାଯାଇଥିଲା। ସ୍ବାସ୍ଥ୍ୟକ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନରେ ଅନୁଦାନ ରାଶି ହ୍ରାସ କରି ସମ୍ପୂର୍ଣ୍ଣ ଉଠାଇ ଦେବାର ବ୍ୟବସ୍ଥା କେନ୍ଦ୍ର ସରକାର ଗତ ବଜେଟରେ କରିଥିବାରୁ ଏହାକୁ ନେଇ ସମାବେଶରେ ବକ୍ତାମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ସ୍ବାସ୍ଥ୍ୟକ୍ଷେତ୍ରରେ ଆଶାମାନଙ୍କ ନିଯୁକ୍ତି ଫଳରେ ଦେଶରେ ଶିଶୁ ମୃତ୍ୟୁହାର ଓ ମାତୃ ମୃତ୍ୟୁହାର ଅନେକାଂଶରେ ନିୟନ୍ତ୍ରଣ ହେବା ସହ ସାଧାରଣ ଲୋକଙ୍କ ନିକଟରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ ପାରିଛି। ହେଲେ ଆଶାମାନଙ୍କୁ ସ୍ବଳ୍ପ ପାରିଶ୍ରମିକ ପ୍ରଦାନ କରାଯାଉଥିବାରୁ ସେମାନେ ଅଭାବ ଅନଟନରେ ଦିନ କାଟୁଥିବା ପ୍ରକାଶ କରିଛନ୍ତି। ଆଶାକର୍ମୀଙ୍କୁ ମାସିକ ୨୦ ହଜାର ଟଙ୍କା, ନିଯୁକ୍ତିକୁ ସ୍ଥାୟୀ କରିବା, ୬୦ ବର୍ଷ ପରେ ସମସ୍ତ କର୍ମୀଙ୍କୁ ପେନ୍‌ସନ୍‌ ଦେବା, ୫ ଲକ୍ଷ ଟଙ୍କା ମୃତ୍ୟୁକାଳୀନ ସହାୟତା ରାଶି ପ୍ରଦାନ କରିବା, ଅବସରକାଳୀନ ଭତ୍ତା ପ୍ରଦାନ କରିବା ଭଳି ୧୪ ଦଫା ଦାବିରେ କର୍ମୀମାନେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୧୪ ଦଫା ସମ୍ବଳିତ ଦାବିପତ୍ରକୁ କର୍ମୀମାନେ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ)ଙ୍କୁ ପ୍ରଦାନ କରିଥିଲେ। ଦାବି ପୂରଣ କରିବାରେ କେନ୍ଦ୍ର ସରକାର ଅବହେଳା କଲେ ଭବିଷ୍ୟତରେ ସଙ୍ଗଠନ ପକ୍ଷରୁ ତୀବ୍ର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ବିକ୍ଷୋଭ ସମାବେଶରେ ସଙ୍ଗଠନର ଜିଲା ସମ୍ପାଦକ ସୁରେଶ ସ୍ବାଇଁ, ସିଆଇଟିୟୁ ନେତା ବିଶ୍ୱନାଥ ମହାପାତ୍ର, ଏସ୍‌. ଏ. କରିମ, ସଂଯୁକ୍ତା ସେଠୀ, ଅହଲ୍ୟା ସେଠୀ, ରେଣୁବାଳା ସାହୁ, ଶୈଳବାଳା ସାମଲ, ଯାମିନୀରାଣୀ ବେହେରା, ପ୍ରଭାତି ପଣ୍ଡା ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା: ପ୍ରବଳ ବର୍ଷା ପାଇଁ ଜିଲା ପ୍ରଶାସନର ବଡ଼ ନିଷ୍ପତ୍ତି

କୋରାପୁଟ,୨୨।୯: ଜିଲାରେ ଜାରି ରହିଥିବା ଅବିଶ୍ରାନ୍ତ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ୍‌କୁ ଆଗାମୀ…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?