ସୁକିନ୍ଦା,୨|୮(ଡି.ଏନ୍.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରେ ଲୋଡିଂ ନ ମିଳିବା ଓ ହାଇକୋର୍ଟଙ୍କ ଫାଷ୍ଟ କମ ଫାଷ୍ଟ ଲୋଡିଂ ନିୟମକୁ ନେଇ ଜୁଲାଇ ୧୯ରୁ କୁହିକା ସୁକିନ୍ଦା କ୍ରୋମାଇଟ ଖଣି ଟ୍ରକ୍ ମାଲିକ ସଂଘ ପରିବହନ ବନ୍ଦ ଆନ୍ଦୋଳନ ଜାରି ରଖିଛି । ଇତି ମଧ୍ୟରେ ୧୪ ଦିନ ବ୍ୟାପୀ ଆନ୍ଦୋଳନ ଜାରି ରହିଥିବାବେଳ ଗୁରୁବାର ଆନ୍ଦୋଳନକୁ ସମର୍ଥନ ଜଣାଇଛି ରାଜ୍ୟ ସିଭିଲ ସୋସାଇଟି ଫୋରମ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଓ ଉପେକ୍ଷିତ ଟ୍ରକ୍ ମାଲିକଙ୍କ ଅଭିଯୋଗ ସତ୍ତ୍ୱେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ କାର୍ଯ୍ୟକାରୀ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ ଜିଲା ପ୍ରଶାସନ କୌଣସି ପଦକ୍ଷେପ ନେଇ ନାହାନ୍ତି । ଏହାକୁ ନେଇ ସୂଚନା ଅଧିକାର ଅଭିଯାନର ରାଜ୍ୟ ଆବାହକ ତଥା ଜାତୀୟ ମାନବାଧିକାର କମିଶନର ଏନଜିଓ କୋର କମିଟି ସଦସ୍ୟ ପ୍ରଦୀପ ପ୍ରଧାନ, ସୂଚନ ଅଧିକାର ଅଭିଯାନର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭକ୍ତି ରଞ୍ଜନ ପଳେଇ, କଟକ ଜିଲା ସଂଯୋଜକ ଜିତେନ୍ଦ୍ର ସହୁ, ତପନ ପାଢୀ, ପଣ୍ଣର୍ର୍ ଚନ୍ଦ୍ର ସାହୁ , ମଳୟ ତ୍ରିପାଠୀ, ଉଦୟ ପ୍ରଧାନ ପ୍ରମୁଖ ଆନ୍ଦୋଳନକାରୀଙ୍କ ନିକଟରେ ପହଞ୍ଚି ଘଟଣାର ସତ୍ୟାସତ୍ୟ ଅନୁଧ୍ୟାନ କରିଥିଲେ। ଏଥିସହ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଦାବି କରିଛନ୍ତି। ସୁକିନ୍ଦା କ୍ରୋମାଇଟ ଖଣି ଟ୍ରକ ମାଲିକ ସଂଘ, କୁହିକାକୁ ନୈତିକ ସମର୍ଥନ ଦେଇ ରାଜ୍ୟ ସ୍ତରରେ ଏହି ଦାବିକୁ ଉପସ୍ଥାପନ କରିବାକୁ ପ୍ରତିଶ୍ରୁତି ଦେଇଥିବା ଦେଖିବାକୁ ମିଳିଛି। ଜିଲା ପ୍ରଶାସନ ୪୮ ଘଣ୍ଟା ମଧ୍ୟରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ନ କଲେ ରାଜ୍ୟ ସରକାରଙ୍କ ବିରୋଧରେ ପୋଲିସ ମୁଖ୍ୟାାଳୟ ଠାରୁ ଆରମ୍ଭ କରି ରାଜଧାନୀରେ ତୀବ୍ର ଆନ୍ଦୋଳନ କରିବା ନେଇ ପ୍ରଧାନ ଚେତାବନୀ ଦେଇଛନ୍ତି ।
Posted inଆମ ଜିଲା ଖବର, ଯାଜପୁର View All
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…
‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’
ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା
ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…
ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ
ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…
କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍: ଡ୍ରାଇଭର ଗୁରୁତର
ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…
ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ
କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…
Archives

