୧୪ ମାସ ହେଲା ଛାତ୍ରୀ ନିବାସରେ ତାଲା

ବସ୍ତା,୨୦।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜାମଶୂଳୀ  ବ୍ଲକ ଜାମଶୂଳୀସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟର ଏକମାତ୍ର ଛାତ୍ରୀନିବାସ ୧୪ ମାସ ହେଲା ବନ୍ଦ ରହିଛି। କଲେଜ କର୍ତ୍ତୃପକ୍ଷ ଛାତ୍ରୀନିବାସ ଆନୁଷଙ୍ଗିକ ମରାମତି ଆବଶ୍ୟକ ଦର୍ଶାଇ ଏଭଳି ପଦକ୍ଷେପ ନେଇଛନ୍ତି। ଫଳରେ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରୀମାନେ ହଇରାଣ ହୋଇ ମେସ୍‌ କରି ବାହାରେ ରହିବାକୁ ବାଧ୍ୟ ହେଉଛନ୍ତି।
ୟୁଜିସିର ଦଶମ ପ୍ଲାନ ଅନୁଦାନରେ ୫୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଏହି ଛାତ୍ରୀନିବାସକୁ ୨୦୧୪ ଅଗଷ୍ଟ ୧୫ ତାରିଖରେ ଅଧ୍ୟକ୍ଷ ଡ. ବିଜୟ କୁମାର ଦେ, ପୂର୍ବତନ ଜଳେଶ୍ୱର ବିଧାୟକ ନ ଚାନ୍ଦ ଉଦ୍‌ଘାଟନ କରିଥିଲେ। ୨୦୧୫ ନଭେମ୍ବରରେ ଅଧ୍ୟକ୍ଷ ଡ. ରସିକାନନ୍ଦକ ସମୟରେ ଏହା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଥିଲା। ୫୦ଜଣଙ୍କ ପାଇଁ ଉଦ୍ଦିଷ୍ଟ ଛାତ୍ରୀନିବାସରେ ପ୍ରାୟ ୩୦ରୁ ୩୫ଛାତ୍ରୀ ରହିଆସୁଥିଲେ। ୨୦୧୮ ଗ୍ରୀଷ୍ମ ଅବକାଶରେ ଛାତ୍ରୀନିବାସ ବନ୍ଦ ରହିଥିଲା। ଛୁଟି ଖୋଲିବା ପରଠାରୁ ଏହାକୁ କାର୍ଯ୍ୟକ୍ଷମ କରାଯାଇନାହିଁ। ଆନୁଷଙ୍ଗିକ ମରାମତି ଆବଶ୍ୟକ ଥିବା ଦର୍ଶାଇ ଛୁଟି ଖୋଲିବା ପରେ ଏଠାରେ ରହୁଥିବା ଛାତ୍ରୀଙ୍କୁ ନିଜର ଆସବାବପତ୍ର ନେଇ ତୁରନ୍ତ ହଷ୍ଟେଲ ଖାଲି କରିବାକୁ କୁହାଯାଇଥିଲା। ଗତବର୍ଷ ଅଗଷ୍ଟ ଶେଷ ସୁଦ୍ଧା ଛାତ୍ରୀ ନିବାସ ପୁନଃ କାର୍ଯ୍ୟକ୍ଷମ ହେବ କୁହାଯାଉଥିବା ବେଳେ ଏହା ମଧ୍ୟରେ ୧୪ ମାସ ଅତିକ୍ରାନ୍ତ ହୋଇଗଲାଣି। ସେତେବେଳର ଅଧ୍ୟକ୍ଷ ଚଳିତବର୍ଷ ଜାନୁୟାରୀରେ ଅବସର ଗ୍ରହଣ କରିସାରିଛନ୍ତି। ତେବେ ଛାତ୍ରୀନିବାସ ନିର୍ମାଣ କାର୍ଯ୍ୟରେ ସରକାରୀ ଅର୍ଥର ଠିକ୍‌ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ନୂତନ ଅଧ୍ୟକ୍ଷ ଗୟାରାମ ଙ୍କୁ ପଚାରିବାରୁ ସେ କହିଛନ୍ତି, ଛାତ୍ରୀନିବାସ ପାଇଁ ଭଲ ରୋଷେୟା ଖୋଜା ଚାଲିଛି ା ରୋଷେୟା ମିଳିବା ପରେ ଛାତ୍ରୀନିବାସକୁ କାର୍ଯ୍ୟକ୍ଷମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri