୧୫ମାସରେ ଉଠିଯିବ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ନିର୍ମାଣ ଖର୍ଚ୍ଚ

ନୂଆଦିଲ୍ଲୀ,୨୧-୬: ଦେଶର ପ୍ରଥମ ଇଞ୍ଜିନବିହୀନ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସ ମାସକୁ ୭ କୋଟି ଟଙ୍କା ଆୟ କରୁଛି। ଏଭଳି ହାରରେ ଆୟ ହୋଇଚାଲିଲେ ଆସନ୍ତା ୧୨ରୁ ୧୫ ମାସ ମଧ୍ୟରେ ଏହି ଟ୍ରେନ ନିର୍ମାଣରେ ହୋଇଥିବା ଖର୍ଚ୍ଚ ଆଦାୟ ହୋଇଯିବ ବୋଲି ମନେ କରାଯାଉଛି। ଚଳିତବର୍ଷ ଫେବୃୟାରୀ ୧୫ରେ ଏହି ଟ୍ରେନର ପ୍ରଚଳନ ହୋଇଥିଲା। ସିଆଇଆଇ ଦ୍ୱାରା ଆୟୋଜିତ ଏକ ସମାରୋହରେ ଯୋଗ ଦେଇ ରେଲଓ୍ବେ ବୋର୍ଡ ସଦସ୍ୟ ରାଜେଶ ଅଗ୍ରଓ୍ବାଲ କହିଛନ୍ତି ଯେ, ବନ୍ଦେ ଭାରତ ଏକ୍ସପ୍ରେସ(ଟ୍ରେନ ୧୮)ର ନିର୍ମାଣ ଲାଗି ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ବର୍ତ୍ତମାନ ଆଗାମୀ କିଛି ଦିନ ଲାଗି ଟ୍ରେନର ସମସ୍ତ ସିଟ୍‌ ରିଜର୍ଭେଶନ ହୋଇସାରିଛି। ଏହି ଟ୍ରେନ ଦିଲ୍ଲୀରୁ ବାରାଣସୀ ସପ୍ତାହକ ୫ ଦିନ ଯାତାୟାତ କରୁଛି। ତେବେ ଏହି ଟ୍ରେନର ଯାତ୍ରୀଙ୍କୁ ଟିକେଟ ମୂଲ୍ୟ ଉପରେ କୌଣସି ସବ୍‌ସିଡି ଦିଆଯାଏ ନାହିଁ। ସେହିପରି ଅନ୍ୟ ଟ୍ରେନ ଅପେକ୍ଷା ଏହାର ଟିକେଟ ମୂଲ୍ୟ ମଧ୍ୟ ଅଧିକ। ପୂର୍ବରୁ ଟ୍ରେନରେ ଆତଯାତ ହେଉ ନ ଥିବା ବ୍ୟକ୍ତିବିଶେଷ ଏବେ ଏହି ଟ୍ରେନରେ ଯିବାଆସିବା କରୁଛନ୍ତି ବୋଲି ଅଗ୍ରଓ୍ବାଲ କହିଛନ୍ତି। ତେବେ ଏହି ଟ୍ରେନ ନିର୍ଦ୍ଧାରିତ ଘଣ୍ଟାପ୍ରତି ୧୬୦କିମି ବେଗରେ ଯାତାୟାତ କରୁନାହିଁ। ରେଲଓ୍ବେ ଟ୍ରାକ୍‌ ଓ ଅନ୍ୟ କାରଣରୁ ସ୍ପିଡ୍‌ ହ୍ରାସ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri