୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର ସନ୍ଧ୍ୟାରେ ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମେଳା ଆୟୋଜନ ସମ୍ପର୍କରେ ସୂଚନା ଦିଆଯାଇଥିଲା।
ଚଳିତ ବର୍ଷର ମେଳାରେ ୪୯୦ ଷ୍ଟଲ ସ୍ଥାନ ପାଇବ। ପଶ୍ଚିମବଙ୍ଗ, ଗୁଜରାଟ, ଆସାମ, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ହରିୟାଣା, ଦିଲ୍ଲୀର ବ୍ୟବସାୟୀମାନେ ଏଥିରେ ଯୋଗଦେବେ। ଚଳିତବର୍ଷ ଅଟୋ ଏକ୍ସପୋ ଆୟୋଜନ ହେଉଥିବାବେଳେ ଫୁଡ୍‌କୋର୍ଟକୁ ସ୍ବତନ୍ତ୍ର ଭାବେ ନିର୍ମାଣ କରାଯିବାକୁ ସ୍ଥିର ହୋଇଛି। ଏହାଛଡ଼ା ୧୭ ଓ ୧୮ ତାରିଖ ଦୁଇଦିନ ଧରି ଚିତ୍ରାଙ୍କନ ପ୍ରତିଯୋଗିତା ହେବ। ଏଥିରେ ବିନା ପ୍ରବେଶ ଶୁଳ୍କରେ ବିଭିନ୍ନ ବୟସର ପ୍ରତିଯୋଗୀ ଭାଗନେବେ। ୨୦ ତାରିଖ ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ। ପ୍ରତ୍ୟହ ସନ୍ଧ୍ୟାରେ ଲୋକଗୀତ, ନୃତ୍ୟ, ଶାସ୍ତ୍ରୀୟ ନୃତ୍ୟ ପରିବେଷଣ କରାଯିବ। ଗରିବ ଥାଲାସେମିଆ ରୋଗୀଙ୍କୁ ଆୟୋଜକଙ୍କ ପକ୍ଷରୁ ୨୫ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ ପାଇଁ ସ୍ଥିର କରାଯାଇଛି ବୋଲି ସମ୍ମିଳନୀରେ କୁହାଯାଇଥିଲା। ଏହି ସମ୍ମିଳନୀରେ ମେଳା ଆୟୋଜକ କମିଟିର ପରାମର୍ଶଦାତା ଡ. ଶରତ କୁମାର ସାହୁ, ପୂର୍ବତନ ମେୟର ସୌମେନ୍ଦ୍ର ଘୋଷ, ବିଧାୟକ ଇଂ. ମହମ୍ମଦ ମୋକିମ, ରଞ୍ଜନ ବିଶ୍ୱାଳ, ମଧୁସୂଦନ ସାହୁ, ଆବାହକ ଆଶୀର୍ବାଦ ବେହେରା ଉପସ୍ଥିତ ଥିଲେ। ସଂଯୋଜକ ଦେବୀପ୍ରସାଦ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri