୧୫୦ତମ ଜନ୍ମବାର୍ଷିକୀର କାର୍ଯ୍ୟକ୍ରମ ଚୂଡ଼ାନ୍ତ: ରାଜ୍ୟରେ ସ୍ଥାପନ ହେବ ଗାନ୍ଧିଜୀଙ୍କ ବିଶାଳ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୨୨।୯ (ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ ପାଳନ ପରିପ୍ରେକ୍ଷୀରେ ଆସନ୍ତା ଅକ୍ଟୋବର ୨ରେ ରାଜ୍ୟବ୍ୟାପୀ ଜୟନ୍ତୀ ଉତ୍ସବ ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଏନେଇ ଶନିବାର ଲୋକସେବା ଭବନରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ରୂପାୟନ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ମନ୍ତ୍ରୀ ପାଣିଗ୍ରାହୀ କହିଲେ, ରାଜ୍ୟରେ ଗାନ୍ଧିଜୀଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଉକ୍ତ ସ୍ଥାନକୁ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ଭାବେ ସମୃଦ୍ଧ କରାଯିବ। ରାଜ୍ୟ ଓ ଜିଲା ସ୍ତରରେ ୧୫୦ ସ୍ଥାନରେ ବୃକ୍ଷରୋପଣ କରାଯିବ। ବିଭିନ୍ନ ଜିଲାରେ ରହିଥିବା କେତେକ ମାର୍ଗ ବା ରାସ୍ତାକୁ ଗାନ୍ଧିଜୀଙ୍କ ସ୍ମୃତିରେ ଉତ୍ସର୍ଗ କରାଯିବା ସହ ତାଙ୍କ ନାମରେ ନାମିତ କରାଯିବ ବୋଲି ସୂଚନା ଦିଆଯାଇଛି।

ଜିଲା ସ୍ତରରେ ଜିଲାପାଳଙ୍କ ଦ୍ୱାରା କାର୍ଯ୍ୟକ୍ରମମାନ ପରିଚାଳନା କରାଯିବ। ଉକ୍ତଦିନ ସକାଳେ ଭୁବନେଶ୍ୱରରେ ଛାତ୍ରୀଛାତ୍ର ତଥା ସଚେତନ ନାଗରିକଙ୍କୁ ନେଇ ମାନବଶୃଙ୍ଖଳ ଓ ରାଲି, ବିଧାନସଭା ପରିସର ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଗୀତଗୋବିନ୍ଦ ସଦନରେ ଶିଳ୍ପୀ ଶିବିର, ସୂଚନା ଭବନରେ ‘ଗାନ୍ଧୀକଥା’, ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ ମହାତ୍ମା ଗାନ୍ଧୀଙ୍କ ସମ୍ପର୍କିତ ପୁସ୍ତକ ଲୋକାର୍ପିଣ, ସାହିତ୍ୟ ଏକାଡେମୀ ଓ ଊର୍ଦ୍ଦୁ ଏକାଡେମୀର ମିଳିତ ଆନୁକୂଲ୍ୟରେ ଗୀତଗୋବିନ୍ଦ ଭବନରେ ଗାନ୍ଧୀ ଏବଂ ସ୍ବାଧୀନତା ସଂଗ୍ରାମ ସମ୍ପର୍କିତ କବିତା ପାଠୋତ୍ସବ, ସନ୍ଧ୍ୟାରେ ସୂଚନା ଭବନରେ ଗାନ୍ଧୀଭଜନ ପରିବେଷଣ କରାଯିବ। ରବୀନ୍ଦ୍ର ମଣ୍ଡପ, ସୂଚନା ଭବନ, ରାଜ୍ୟ ସଂଗ୍ରହାଳୟ, ରାଜ୍ୟ ଅଭିଲେଖାଗାର, ସଂସ୍କୃତି ଭବନ, ଭଞ୍ଜକଳା ମଣ୍ଡପ ସମେତ କଟକର ସ୍ବରାଜ୍ୟ ଆଶ୍ରମ ଓ ନୌବାଣିଜ୍ୟ ସଂଗ୍ରହାଳୟରେ ଗାନ୍ଧିଜୀଙ୍କ ତୈଳଚିତ୍ର ସ୍ଥାପନ କରାଯିବ।

ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବିଧାୟକ ତାରାପ୍ରସାଦ ବାହିନୀପତି, ପୂର୍ବତନ ବିଧାୟକ ରାମଚନ୍ଦ୍ର ପଣ୍ଡା, ଗାନ୍ଧୀଦର୍ଶନ ପ୍ରବକ୍ତା ପ୍ରହଲ୍ଲାଦ ସିଂ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ବିଭାଗୀୟ ଅତିରିକ୍ତ ଶାସନ ସଚିବ ତଥା ନିର୍ଦ୍ଦେଶକ ବିଜୟ କୁମାର ନାୟକ, ଯୁଗ୍ମ ନିର୍ଦ୍ଦେଶକ ଲିପ୍‌ସା ଦାସ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ଶାସନ ସଚିବ ଶୁଭଶ୍ରୀ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।
ସେହିପରି ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ନିମନ୍ତେ ଗଠିତ ପ୍ରକାଶନ ଉପସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହାର ଅଧ୍ୟକ୍ଷ ତଥା ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏଥିରେ ସଭାପତିତ୍ୱ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗାନ୍ଧିଜୀଙ୍କ ଉପରେ ଲିଖିତ ୩ ପୁସ୍ତକର ଓଡ଼ିଆ ଅନୁବାଦ ପ୍ରକାଶ କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri