Posted inଖେଳ

ମାଇଲଷ୍ଟୋନ ସ୍ପର୍ଶ କଲେ ଓଡ଼ିଆ ଖେଳାଳି ସୁନିତା

ଜିନଚେଓନ(କୋରିଆ),୨୨।୫- ଭାରତୀୟ ମହିଳା ହକି ଦଳର ଅନ୍ୟତମ ବ୍ୟାକଲାଇନ ଖେଳାଳି ସୁନିତା ଲାକ୍ରା ବୁଧବାର ୧୫୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ରିପବ୍ଲିକ କୋରିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ ଅବସରରେ ଓଡ଼ିଆ ଖେଳାଳି ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ୨୦୦୯ରେ ପଦାର୍ପଣ କରିଥିଲେ ସୁନିତା। ୧୦ ବର୍ଷ ଧରି ଜାତୀୟ ଦଳର ସେ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇ ରହିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫି (୨୦୧୬) ଓ ୯ମ ମହିଳା ଏସିଆ କପ୍‌ (୨୦୧୭) ଜିତିବା ସହ ଏସିଆନ୍‌ ଗେମ୍ସ ରୌପ୍ୟ ପଦକ ଜିତିଥିଲା। ନିକଟରେ ବିବାହ କରିଥିବା ଡିଫେଣ୍ଡରଙ୍କ ନେତୃତ୍ୱରେ ଭାରତ ମହିଳା ଏସିଆନ୍‌ ଚାମ୍ପିୟନଶିପ୍‌ ଟ୍ରଫିରେ ରୌପ୍ୟ ପଦକ ପାଇଥିଲା। ୨୦୧୮ ବିଶ୍ୱକପ୍‌ କ୍ୱାର୍ଟର ଫାଇନାଲରେ ପ୍ରବେଶ କରି ଇତିହାସ ରଚିଥିବା ଭାରତୀୟ ଦଳର ସେ ସଦସ୍ୟ ଥିଲେ। ମୋତେ ଦଳୀୟ ଖେଳାଳିଙ୍କ ସମର୍ଥନ ମିଳିଥିବାରୁ ମୁଁ ଏତେ ବର୍ଷ ଧରି ଭାରତ ପାଇଁ ଖେଳିପାରିଛି। ୨୦୨୦ ଟୋକିଓ ଅଲିମ୍ପିକ୍ସକୁ ଯୋଗ୍ୟତା ଅର୍ଜନ କରିବା ମୋର ଲକ୍ଷ୍ୟ ବୋଲି ସୁନିତା କହିଛନ୍ତି। ଏହି ଅବସରରେ ହକି ଇଣ୍ଡିଆ (ଏଚ୍‌ଆଇ) ସୁନିତାଙ୍କୁ ଶୁଭେଚ୍ଛା ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri