୧୫ ଅଗଷ୍ଟ, ୨୬ ଜାନୁୟାରୀରେ ପତାକା ଉତ୍ତୋଳନରେ କ’ଣ ରହିଛି ପାର୍ଥକ୍ୟ

ସାଧାରଣତଃ ୧୫ ଅଗଷ୍ଟ ଓ ୨୬ ଜାନୁୟାରୀରେ ଭାରତର ଜାତୀୟ ପତାକାକୁ ସାରା ଦେଶରେ ଉତ୍ତୋଳନ କରାଯାଇଥାଏ। ହେଲେ ଏହି ୨ଦିନ ଭିନ୍ନ ଭିନ୍ନ ଭାବେ ପତାକା ଉତ୍ତୋଳନ କରାଯାଇଥାଏ। ଏବେ ପାଖେଇ ଆସିଲାଣି ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସ। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ତେବେ ଏମିତି ପାର୍ଥକ୍ୟ ସମ୍ପର୍କରେ ରହିଥିବା କିଛି ତଥ୍ୟ ଜାଣିନେବା।
୨୬ ଜାନୁୟାରୀରେ ଉଡାଯାଉଥିବା ପତାକାକୁ ପୂର୍ବରୁ ଉପରେ ରଖାଯାଇଥାଏ। ଖାଲି ଏଥିରେ ଲାଗିଥିବା ରସିକୁ ଟାଣି ଏହାକୁ ଉଡାଇ ଦିଆଯାଏ। ହେଲେ ୧୫ ଅଗଷ୍ଟରେ ଉଡିବାକୁ ଥିବା ପତାକା ଖମ୍ବର ତଳ ଭାଗରେ ଥିବାରୁ ଏହାକୁ ଲାଗିଥିବା ରଶିଦ୍ୱାରା ଟାଣି ଉପରକୁ ନିଆଯିବା ସହ ପରେ ଏହାର ଫାଶକୁ ଖୋଲାଯାଇଥାଏ।
୧୫ ଅଗଷ୍ଟରେ ପ୍ରଧାନମନ୍ତ୍ରୀ ପତାକା ଉତ୍ତୋଳନ କରୁଥିବା ବେଳେ ୨୬ ଜାନୁୟାରୀରେ ରାଷ୍ଟ୍ରପତି ପତାକା ଉତ୍ତୋଳନ କରିଥାଆନ୍ତି। କାରଣ ଅଗଷ୍ଟ ୧୫ରେ ଦେଶ ସ୍ବାଧୀନ ହୋଇଥିବା ବେଳେ ସମ୍ବିଧାନ ଲାଗୁ ହୋଇ ନ ଥିଲା। ତେଣୁ ରାଷ୍ଟ୍ରପତି ପଦରେ କେହି ନ ଥିଲେ। ତେଣୁ ୨୬ ଜାନୁୟାରୀରେ ସମ୍ବିଧାନ ଲାଗୁ ହେବାପରେ ରାଷ୍ଟ୍ରପତି ପତାକା ଉତ୍ତୋଳନ କରିଥିଲେ।
ଜାନୁୟାରୀ ୨୬ରେ ଲାଲକିଲାରେ ପତାକା ଉତ୍ତୋଳନ କରାଯାଉଥିବା ବେଳେ ୧୫ ଅଗଷ୍ଟରେ ରାଜପଥରେ ପତାକା ଉତ୍ତୋଳନ କରାଯାଇଥାଏ।
ଅଗଷ୍ଟ ୧୫ରେ ପରେଡ ହେବା ସହ ସେନା ତାଙ୍କ ଶକ୍ତି ପ୍ରଦର୍ଶନ କରିଥାଆନ୍ତି। ଏଥିରେ ବିଦେଶରୁ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଥାଏ। ହେଲେ ଜାନୁୟାରୀ ୨୬ରେ ଏସବୁ ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri