Posted inଅପରାଧ

୧୫ କେଜି ବାର୍‌ହା ମାଂସ ଜବତ: ୧ ଗିରଫ, ୩ ଫେରାର

ଓଡ଼ଗାଁ, ୨୫ା୫(ସ୍ବ.ପ୍ର.): ନୟାଗଡ ବନଖଣ୍ଡ ଏବଂ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ଗୋଚ୍ଛା ସଂରକ୍ଷିତ ଜଙ୍ଗଲ ସନ୍ନିକଟ ହଳନ୍ଦାପଲ୍ଲୀ ଗ୍ରାମ ନିକଟରୁ ଶନିବାର ସକାଳେ ବନ ବିଭାଗ ୧୫ କେଜି ବାର୍‌ହା ମାଂସ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ୩ ଫେରାର ହୋଇଛନ୍ତି।
ପ୍ରକାଶ ଯେ, କୌଣସି ସୂତ୍ରରୁ ଖବର ପାଇ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନାଞ୍ଚଳ ଅଧିକାରୀ ରବୀନ୍ଦ୍ରନାଥ ପଣ୍ଡା ଓ ବନପାଳ ଜ୍ୟୋତିରଞ୍ଜନ ମାନସିଂହ ବନ କର୍ମଚାରୀଙ୍କ ସହିତ ହଳନ୍ଦାପଲ୍ଲୀ ଗ୍ରାମ ନିକଟରେ ଚଢ଼ାଉ କରିଥିଲେ। ଏହି ସମୟରେ କେତେକ ବ୍ୟକ୍ତି ବାର୍‌ହା ମାଂସ ଭାଗବାଣ୍ଟିବାକୁ ଉଦ୍ୟମ କରୁଥିଲେ। ବନ ଅଧିକାରୀଙ୍କୁ ଦେଖି ଘଟଣାସ୍ଥଳରୁ ୩ ଜଣ ଦୌଡି ଫେରାର ହୋଇଯାଇଥିବା ବେଳେ ଜଣେ ଧରାପଡ଼ିଛନ୍ତି। ସେ ହେଲେ ହଳନ୍ଦାପଲ୍ଲୀ ଗ୍ରାମର ରାହୁଲ ନାୟକ(୨୮)। ଘଟଣାସ୍ଥଳରୁ ମାଂସ କାଟିବା ନିମନ୍ତେ ବ୍ୟବହୃତ କଟୁରି, କାତି ଏବଂ ଭାଗ ବାଣ୍ଟିବା ନିମନ୍ତେ ବ୍ୟବହର ହେଉଥିବା ନିକିତି, ବଟକରା ସହିତ ପଲିଥିନ ବ୍ୟାଗ ଜବତ କରାଯାଇଛି। ଫେରାର ଅଭିଯୁକ୍ତଙ୍କୁ ଗିରଫ ପାଇଁ ବନ ବିଭାଗ ଉଦ୍ୟମ ଚଳାଇଛି। ଏ ନେଇ ସେମାନଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି। ଜବତ ମାଂସ ପରୀକ୍ଷା କରାଯିବାପରେ କାର୍ଯ୍ୟାଳୟ ପରିସରରେ ପୋତି ଦିଆଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri