୧୫ ଗ୍ରାମ ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଅବକାରୀ ସ୍କ୍ବାଡ୍‌ ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନାର ଭାଲିଆବାଡିରେ ବୁଧବାର ପୂର୍ବାହ୍ନରେ ଅବକାରୀ ବିଭାଗ ଚଢ଼ାଉ କରି ୧୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହାର ମୂଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ଇନ୍ସପେକ୍ଟର ରଞ୍ଜନ ନାୟକ କହିଛନ୍ତି। ଏହି ଘଟଣାରେ ନିରାକାରପୁର ଷ୍ଟେଶନ ବଜାରର ଅବିନାଶ ସାମନ୍ତରାୟ (୨୪)ଙ୍କୁ ଗିରଫ କରାଯାଇ ନଂ. ୩୦/୨୦୧୯-୨୦ରେ ମାମଲା ରୁଜୁ ପରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ପରେ ଅବିନାଶଙ୍କୁ ଖୋର୍ଦ୍ଧା ଜେଲକୁ ପଠାଇ ଦିଆଯାଇଛି। ଅବିନାଶ ଭାଲିଆବାଡି ଅଞ୍ଚଳରେ ବହୁଦିନ ଧରି ବ୍ରାଉନସୁଗାର କାରବାର କରି ଆସୁଥିଲେ। ତେବେ ବ୍ରାଉନସୁଗାର କେଉଁଠୁ ଆଣୁଥିଲେ ସେ ନେଇ ମୁହଁ ଖୋଲିନାହାନ୍ତି। ବେଆଇନ ନିଶା ଓ ଖଣି ବ୍ୟବସାୟକୁ ରୋକିବାକୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଚଢ଼ାଉ ଜାରି ରହିଥିବାବେଳେ ଚେଇଁ ଶୋଇଥିବା ଅବକାରୀ ବିଭାଗ ଲୋକ ଦେଖାଣିଆ ଚଢ଼ାଉ କରିଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri