୧୫ ଦିନ ହେଲା ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଟ୍ରାନ୍ସଫର୍ମର ଅଚଳ: ବ୍ରାହ୍ମଣୀରେ ମିଶୁଛି ନର୍ଦ୍ଦମା ପାଣି

ତାଳଚେର,୨୦ା୫(ନି.ପ୍ର.) ତାଳଚେର ସ୍ବେରେଜ ବୋର୍ଡ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଟ୍ରାନ୍ସଫର୍ମର ୧୫ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ସହରର ସମସ୍ତ ଡ୍ରେନ୍‌ ପାଣି ବିଶୋଧନ ହୋଇ ନ ପାରି ସିଧାସଳଖ ବ୍ରାହ୍ମଣୀ ନଦୀରେ ମିଶୁଛି। ଏହି ଦୂଷିତ ଜଳକୁ ସହରବାସୀ ପାନୀୟଜଳ ଭାବେ ବ୍ୟବହାର କରୁଥିବାରୁ ଆଗାମୀ ଦିନରେ ଜଣ୍ଡିସ ବ୍ୟାପିପାରେ ବୋଲି ସାଧାରଣରେ ଆଶଙ୍କା ପ୍ରକାଶ ପାଇଛି।
ତାଳଚେର ସହର ନିକଟସ୍ଥ ବ୍ରାହ୍ମଣୀ ନଦୀ କୂଳରେ ସ୍ବେରେଜ ବୋର୍ଡ ପକ୍ଷରୁ ୨୦୧୫ ଫେବୃୟାରୀ ୨୨ରେ ୨ ଏମ୍‌ଏଲ୍‌ଡି (ମିଲିୟନ ଲିଟର ପର ଡେ) ବିଶିଷ୍ଟ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଶିଳାନ୍ୟାସ ହୋଇଥିଲା। ୧.୬୨ କୋଟି ଟଙ୍କା ବ୍ୟୟରେ ୯ ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ କରାଯିବାର ଯୋଜନା ରହିଥିଲା। ଏହି ପ୍ଲାଣ୍ଟ ସହରର ନର୍ଦ୍ଦମା ପାଣିକୁ ବିଶୋଧନ କରି ଜଳଯୋଗାଣ କେନ୍ଦ୍ରର ଅଧା କିମି ଦୂରରେ ବ୍ରାହ୍ମଣୀ ନଦୀକୁ ଛାଡିବ ବୋଲି ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ୪ବର୍ଷ ବିତିଯାଇଥିଲେ ବି ଏହା ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଡ୍ରେନ୍‌ ଜଳକୁ ବିଶୋଧନ କରାଯାଇ ପାଇପ୍‌ ଯୋଗେ ଗୋପୀନାଥପୁର ନିକଟରେ ବ୍ରାହ୍ମଣୀ ନଦୀରେ ଛଡାଯିବା ଯୋଜନା ହୋଇଥିଲେ ବି ଉକ୍ତ ଗ୍ରାମବାସୀଙ୍କ ବିରୋଧ ଯୋଗୁ ତାହା ମଧ୍ୟ ସମ୍ଭବ ହୋଇପାରୁ ନାହିଁ। ତଥାପି ଏହି ଟ୍ରିଟମେଣ୍ଟ ପ୍ଲାଣ୍ଟରେ ଡ୍ରେନ୍‌ ଜଳ ବିଶୋଧନ କରାଯାଉଥିବା ବେଳେ ଟ୍ରାନ୍ସଫର୍ମର ପୋଡି ଯିବା ଯୋଗୁ ଆଉ ବିଶୋଧନ କାର୍ଯ୍ୟ ହୋଇପାରୁ ନାହିଁ। ଫଳରେ ଦୂଷିତ ଡ୍ରେନ ଜଳ ବ୍ରାହ୍ମଣୀ ନଦୀ ଜଳଧାର ଦେଇ ଜନସ୍ବାସ୍ଥ୍ୟ ବିଭାଗର ଇନଟେକ ୱେଲକୁ ଯାଉଛି। ସେଠାରୁ ସହରକୁ ପାନୀୟ ଜଳ ଯୋଗାଣ ହେଉଥିବାରୁ ଏହା ପାଣିକୁ ଦୂଷିତ କରୁଛି। ବିଓଡି (ବାୟୋଲୋଜିକାଲ ଅକ୍ସିଜେନ ଡିମାଣ୍ଡ) ବହୁ ପରିମାଣରେ ଅଧିକ ରହୁଛି। ଏହି ଜଳକୁ ସହରର ପ୍ରାୟ ୫୦ ହଜାର ଅଧିବାସୀ ବ୍ୟବହାର କରିଆସୁଛନ୍ତି।
ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଏସ. ମହାନ୍ତି କହିଛନ୍ତି, ଟ୍ରାନ୍ସଫର୍ମର ପୋଡିଯାଇଛି। ତେଣୁ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟରେ ଜଳ ବିଶୋଧନ ହୋଇପାରୁ ନାହିଁ। ସେସୁ କର୍ତ୍ତୃପକ୍ଷ ନୂଆ ଟ୍ରାନ୍ସଫର୍ମର ଲଗାଇବା ପରେ ଏହା କାର୍ଯ୍ୟକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri