୧୫ ମେଟ୍ରିକଟନ ମାଙ୍ଗାନିଜ ଜବତ: ୮ ଗିରଫ

ବଡବିଲ,୮ା୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରୁଗୁଡି ପୋଲିସକୁ ସୋମବାର ରାତିରେ ବଡ଼ ସଫଳତା ମିଳିଛି। ମାଙ୍ଗାନିଜ ଚୋରାଚାଲାଣ ବେଳେ ପୋଲିସ ଚଢାଉ କରି ଘଟଣାସ୍ଥଳରୁ ୨ଟି ଟ୍ରକ, ୧ଟି ବୋଲେରୋ, ୧ଟି ବାଇକ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଓଡ଼ିଶା, ଝାଡଖଣ୍ଡ ଓ ବିହାର ରାଜ୍ୟର ମୋଟ ୮ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮ ଟି ମୋବାଇଲ ଓ ନଗଦ ୧ଲକ୍ଷ ଟଙ୍କା ପୋଲିସ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିହାର ରାଜ୍ୟ ବକ୍ସେର ଜିଲା କ୍ରିଷ୍ଣବରମ ଥାନା ଅନ୍ତର୍ଗତ ଡୁଭୁକି ଅଞ୍ଚଳର ବିବେକ କୁମାର ଯାଦବ, ଝାଡଖଣ୍ଡ ପଶ୍ଚିମ ସିଂହଭୂମି ଜିଲା କିରିବୁରୁ ଟାଉନସିପ ମୂର୍ଗାପଡା ଅଞ୍ଚଳର ଏମଡି ରଫିକ ଖାନ, ବଡବିଲ ଆଜାଦ ବସ୍ତି ଅଞ୍ଚଳରେ ରହୁଥିବା ଝାଡଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମି ଜିଲା ନୂଆମୁଣ୍ଡି ଥାନା ବଜାରମହୋଲ୍ଲା ଡାଙ୍ଗୋଆପଶି ଅଞ୍ଚଳର ଏମଡି ତାଜୁଦ୍ଦିନ ଆନସାରୀ, ବଡବିଲ ଦାମୁ ହଟିଂ ଅଞ୍ଚଳରେ ରହୁଥିବା ଜୁନାସ ଓରଫ ଜୁନେସ ଲାକ୍ରା, ବଡବିଲ ଗାଢା ହଟିଂ ଅଞ୍ଚଳର ଷ୍ଟିପେନ ଡୁଙ୍ଗଡୁଙ୍ଗ ଓରଫ୍‌ ମୋଟୁ, ସୁନ୍ଦରଗଡ ଜିଲା କୋଇଡା ଥାନା ଅନ୍ତର୍ଗତ ପାଣୁପଶି ପାଟୁଳି ଗ୍ରାମର ଜଗଦିଶ ଦାସ ଓ ଗୌର ଦାସ ଏବଂ ରୁଗୁଡି ଥାନା କାଟେସାହି ଅଞ୍ଚଳର ଅଜିତ ପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri