ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୫ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ପ୍ରଦାନ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ଭଲ ପାଠ ପଢ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ପରାମର୍ଶ ଦେବା ସହିତ ଏମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ଏହି ଅବସରରେ ଦଶମ ଶ୍ରେଣୀର ୧୩ଜଣ ଓ ଦ୍ୱାଦଶ ଶ୍ରେଣୀର ଦୁଇଜଣ ବିଦ୍ୟାର୍ଥୀ ମନ୍ତ୍ରୀଙ୍କଠାରୁ ଲାପ୍ଟପ୍ ଗ୍ରହଣ କରିଥିଲେ। ଏଥିସହ ଜାତୀୟ ସ୍ତରରେ ଉନ୍ନତ ର଼୍ୟାଙ୍କ୍ ପ୍ରଦର୍ଶନ ପାଇଁ ଗଞ୍ଜାମ ଜିିଲା ପୋଲସରାର ହାତୀଓଟସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ତ୍ରିଲୋଚନ ଷଡ଼ଙ୍ଗୀ ଏବଂ ବାରିପଦାର ରାଣୀଭୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ବିଭୂତି ଭୂଷଣ ମଣ୍ଡଳଙ୍କୁ ମନ୍ତ୍ରୀ ମାନପତ୍ର ସହ ୨୫ ହଜାର ଟଙ୍କା ପ୍ରଦାନ କରିଥିଲେ। ଏହି ଅର୍ଥ ସମ୍ପୃକ୍ତ ବିଦ୍ୟାଳୟ ଦୁଇଟିର ସାମଗ୍ରିକ ବିକାଶରେ ବିନିଯୋଗ କରାଯିବ।
ରାଜ୍ୟ ଶିକ୍ଷା ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା, ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ସ୍ବାଗତ ଭାଷଣ ଓ ଅତିରିକ୍ତ ନିର୍ଦ୍ଦେଶକ ସରୋଜ କୁମାର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା
ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ
ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ
ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...
Archives


