୧୫ ମେଧାବୀ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କୁ ଲାପ୍‌ଟପ୍‌ ବଣ୍ଟନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୫ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ଭଲ ପାଠ ପଢ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ପରାମର୍ଶ ଦେବା ସହିତ ଏମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ଏହି ଅବସରରେ ଦଶମ ଶ୍ରେଣୀର ୧୩ଜଣ ଓ ଦ୍ୱାଦଶ ଶ୍ରେଣୀର ଦୁଇଜଣ ବିଦ୍ୟାର୍ଥୀ ମନ୍ତ୍ରୀଙ୍କଠାରୁ ଲାପ୍‌ଟପ୍‌ ଗ୍ରହଣ କରିଥିଲେ। ଏଥିସହ ଜାତୀୟ ସ୍ତରରେ ଉନ୍ନତ ର଼୍ୟାଙ୍କ୍‌ ପ୍ରଦର୍ଶନ ପାଇଁ ଗଞ୍ଜାମ ଜିିଲା ପୋଲସରାର ହାତୀଓଟସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ତ୍ରିଲୋଚନ ଷଡ଼ଙ୍ଗୀ ଏବଂ ବାରିପଦାର ରାଣୀଭୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ବିଭୂତି ଭୂଷଣ ମଣ୍ଡଳଙ୍କୁ ମନ୍ତ୍ରୀ ମାନପତ୍ର ସହ ୨୫ ହଜାର ଟଙ୍କା ପ୍ରଦାନ କରିଥିଲେ। ଏହି ଅର୍ଥ ସମ୍ପୃକ୍ତ ବିଦ୍ୟାଳୟ ଦୁଇଟିର ସାମଗ୍ରିକ ବିକାଶରେ ବିନିଯୋଗ କରାଯିବ।
ରାଜ୍ୟ ଶିକ୍ଷା ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା, ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ସ୍ବାଗତ ଭାଷଣ ଓ ଅତିରିକ୍ତ ନିର୍ଦ୍ଦେଶକ ସରୋଜ କୁମାର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri