୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା ବକେୟା ପଡ଼ିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଉପଭୋକ୍ତା ବକେୟା ପୈଠ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ନଚେତ୍‌ କେନ୍ଦ୍ରାଞ୍ଚଳ ବିଦ୍ୟୁତ୍‌ ସେବା ପ୍ରଦାନକାରୀ ସଂସ୍ଥା ସେସୁ ଭଳି ସାଉଥକୋ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବ ବୋଲି ଚେତାବନୀ ଦେଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ବୌଦ୍ଧ ଜିଲାର ଉପଭୋକ୍ତାମାନଙ୍କୁ ଏ ନେଇ ସଚେତନ କରାଯାଇଛି। ବକେୟା ପୈଠ ନ କଲେ ଆସନ୍ତା ୧୬ରୁ ପର୍ଯ୍ୟୟକ୍ରମେ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ଶୁକ୍ରବାର ବ୍ରହ୍ମପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସାଉଥକୋର ନୂଆ ପ୍ରଶାସନିକ ଅଧିକାରୀ (ଏଓ) ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି।
ଉପଭୋକ୍ତା ୧୦ ହଜାରରୁ ଅଧିକ ଟଙ୍କା ବକେୟା ରଖି ପୈଠ କରି ନ ଥିଲେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯିବ। ପର୍ଯ୍ୟାୟକ୍ରମେ ପୈଠ କରିବାର ସୁଯୋଗ ଦିଆଯିବ। କଳ କାରଖାନା, ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକ ପ୍ରତି ଆଦାୟ ଆଭିମୁଖ୍ୟ କଠୋର କରାଯିବ ବୋଲି ଏଓ ସ୍ପଷ୍ଟ କରିଦେଇଛନ୍ତି ।
ଯେଉଁ ଉପଭୋକ୍ତାଙ୍କ ତ୍ରୁଟିପୂର୍ଣ୍ଣ ବିଲ ଥିବ ତାହା ଏସଡିଓ ଏବଂ ଜେଇଙ୍କ ପାଖରେ ଅଭିଯୋଗ କରାଗଲେ ସଂଶୋଧନ କରାଯିବ ବୋଲି ଏଓ ସାହୁ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ସାଉଥକୋ ବ୍ରହ୍ମପୁର ସିଟି ସର୍କଲ ଏସଇଙ୍କ ସମେତ ଅନ୍ୟ ଅଧିକାରୀ ଓ ଇଞ୍ଜିନିୟର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri