Posted inରାଜ୍ୟ

୧୬ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୭୨ ଘଣ୍ଟା ପରେ ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛିି। ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ପାଗ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ବାଟ ଫିଟାଇଛି। ଆସନ୍ତା ୧୬ ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ଏବଂ ନିକୋବରର କେତେକ ଅଞ୍ଚଳକୁ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିଯୋଗୁ ସେହି ସବୁ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ମଧ୍ୟ ସୂଚନା ଦିଆଯାଇଛି।
ଏହା ଛଡ଼ା ରାଜସ୍ଥାନରୁ ଛତିଶଗଡ଼ ଏବଂ ବିହାର ଓ ଛତିଶଗଡ଼ ଉପରେ ମଧ୍ୟ ଆଉ ଦୁଇଟି ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ରାଜ୍ୟର ଅନ୍ୟାନ୍ୟ ଭାଗରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟରେ ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ପବନର ବେଗ ୩୦ରୁ ୪୦ କି.ମି. ହେବ ବୋଲି ଅନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। କେନ୍ଦୁଝରରେ ସର୍ବାଧିକ ୩୧.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧୬.୪ ଏବଂ ଭୁବନେଶ୍ୱରରେ ସର୍ବାଧିକ ୧୪.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସୋମବାର ରାଜ୍ୟର କେତେକ ସ୍ଥାନରେ ତାତି ମଧ୍ୟ ବୃଦ୍ଧି ପାଇଛି। ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା ୪୦.୫, ଟିଟିଲାଗଡ଼ ୪୧, ମାଲକାନଗିରି ୪୦.୫, ସୋନପୁର ୩୯ ଏବଂ ପାରଳାଖେମୁଣ୍ଡିରେ ସର୍ବାଧିକ ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri