Posted inଜାତୀୟ

୧୭ହଜାର ଫୁଟ ଉଚ୍ଚ ଚାଇନା ସୀମାରେ ରାସ୍ତା ନିର୍ମାଣ କଲା ଭାରତ: ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କଲେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୮।୫: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ପିଥୋରଗଡ଼ରୁ ଚାଇନା ସୀମା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରିବାରେ ସଫଳ ହୋଇଛି ଭାରତ। ଏହି ନୂତନ ସଡ଼କକୁ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ନୂଆଦିଲ୍ଲୀରେ ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କରିଛନ୍ତି। ଚାଇନା ସମା ପର୍ଯ୍ୟନ୍ତ ଏହି ସଡ଼କ ସଂଯୋଗକୁ ଏକ ପ୍ରମୁଖ ସଫଳତା କହିବା ସହ ଏହାଦ୍ୱାରା ଦେଶ ମଜ୍‌ଭୁତ ହୋଇଛି ବୋଲି ରାଜନାଥ କହିଛନ୍ତି। ସୂଚନା ମୁତାବକ କୈଳାଶ-ମାନସରୋବର ଯାତ୍ରା ମାର୍ଗ ଭାବେ ପ୍ରସିଦ୍ଧ ଧର୍ଚୁଲାରୁ ଲିପୁଲେଖ(ଚାଇନା ସୀମା) ପର୍ଯ୍ୟନ୍ତ ବିଆରଓ ଦ୍ୱାରା ନିର୍ମିତ ହୋଇଥିବା ଏହି ରାସ୍ତାକୁ ଏବେ ଦେଶ ପାଇଁ ଉତ୍ସର୍ଗୀକୃତ କରାଯାଇଛି। ଏହି ସଡ଼କ ନିର୍ମାଣ ହେବା ଫଳରେ କୈଳାଶ ଯାତ୍ରା ସହଜ ହେବା ସହ ସେନା ଓ ସାମରିକ ବାହିନୀର ଗତିବିଧି ମଧ୍ୟ ସୁବିଧା ହେବ। ଏତଦ୍‌ ବ୍ୟତୀତ ସ୍ଥାନୀୟ ଲୋକମାନେ ମଧ୍ୟ ରାସ୍ତାର ସୁବିଧା ପାଇପାରିବେ ବୋଲି ରାଜନାଥ କହିଛନ୍ତି। ଏହି ଅବସରରେ ସେନାଧ୍ୟକ୍ଷ ଜେନେରାଲ ବିପିନ ରାୱତ ଓ ସ୍ଥଳ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରୱାଣେ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ବିଆର୍‌ଓ ଦ୍ୱାରା ନିର୍ମାଣ ହୋଇଥିବା ଏହି ସଡ଼କ ୮୦ କିଲୋମିଟର ଧର୍ଚୁଲାରୁ ଲିପୁଲେଖକୁ ଯୋଡ଼ି ହୋଇଛି। ଏହାର ସମ୍ପ୍ରସାରଣ ୬୦୦୦ରୁ ୧୭୦୬୦ ଫୁଟ ଉଚ୍ଚ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri