୧୭୫୩ କୋଟିର ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ: ୫୫୬୬ ନିଯୁକ୍ତି ଲକ୍ଷ୍ୟ, ମୋଟ ୬ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ସରକାର ସମସ୍ତ ପ୍ରୟାସ ଜାରିରଖିଛନ୍ତି। ଉତ୍ତମ ନିବେଶ ସହ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ପ୍ରକ୍ରିୟା ଜାରି ରହିଛି, ସେହିକ୍ରମରେ ଶନିବାର ଓଡ଼ିଶା ସରକାର ୧୭୫୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବସିଥିବା ସିଙ୍ଗଲୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ୬ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏହାଦ୍ୱାରା ରାଜ୍ୟରେ ୫୫୬୬ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିର ଲକ୍ଷ୍ୟ ରଖାଯାଇଛି। କମିଶନର ତଥା ଶିଳ୍ପ ସଚିବ ହେମନ୍ତ ଶର୍ମା ଏହି ପ୍ରକଳ୍ପ ସମ୍ବନ୍ଧୀୟ ବିବରଣୀ ବୈଠକରେ ଉପସ୍ଥାପନ କରିଥିଲେ।

ଅନୁମୋଦନ ହୋଇଥିବା ପ୍ରକଳ୍ପ ମଧ୍ୟରେ ରହିଛି – ଖୋର୍ଦ୍ଧାରେ ହେବାକୁ ଥିବା ଟେକ୍ସଟାଇଲ ପ୍ରକଳ୍ପ। ପ୍ରାୟ ୨୫୭.୫୦ କୋଟି ଟଙ୍କା ବ୍ୟୟରେ ପେଜ୍‌ ଇଣ୍ଡଷ୍ଟ୍ରିଜ୍‌ ଲିଃ(ୟୁନିଟ୍‌-୨) ପ୍ରତିଷ୍ଠା କରାଯିବ। ଏହା ଦ୍ୱାରା ୩୫୦୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। କଟକ ଜିଲାରେ ଖାଦ୍ୟ ପ୍ରକ୍ରିୟାକରଣ ପ୍ଲାଣ୍ଟ ବସାଯିବ। ୫୦.୧୦ କୋଟି ଟଙ୍କା ବ୍ୟୟରେ ଜୟଭାରତ ସ୍ପାଇସ୍‌ ପ୍ରାଇଭେଟ୍‌ ଲିଃ ଏହା କରୁଅଛି। ଏହାଦ୍ୱାରା ୫୫୦ ଜଣଙ୍କୁ ନିଯୁକ୍ତି ଲକ୍ଷ୍ୟ ରଖାଯାଇଛି। ଖୋର୍ଦ୍ଧାରେ ଶ୍ରୀମଲାନି ଫୋମ୍ସ ପ୍ରା.ଲିଃ ୧୦ କୋଟି ଟଙ୍କା ବ୍ୟୟରେ ପ୍ଲାଷ୍ଟିକ ପ୍ରକଳ୍ପ ପ୍ରତିଷ୍ଠା କରିବ, ଏଥିରେ ୨୫ ଜଣଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା ରହିବ। ଯାଜପୁର ଜିଲାରେ ଡିଓ ରେସିଡେନ୍ସିଂ ଏଣ୍ଡ ରିସୋର୍ଟ ପ୍ରା.ଲିଃ ପକ୍ଷରୁ ୯୦ ଜଣଙ୍କୁ ନିଯୁକ୍ତି ଦେଲା ଭଳି ପ୍ରାୟ ୫୩.୬୯ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଅନୁରୂପ ଭାବେ ସେହି ଜିଲାରେ ୯୦୦ ନିଯୁକ୍ତି ସୁଯୋଗ ରଖୁଥିବା ୫୪୭.୧୯ କୋଟି ଟଙ୍କା ବ୍ୟୟରେ ଇଣ୍ଡିଆନ୍‌ ଏଣ୍ଡ ଫେରୋ ଆଲୟଜ୍‌ ଲିଃ ଷ୍ଟିଲ ଡାଉନ୍‌ଷ୍ଟ୍ରିମ୍‌ ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାରେ ଶ୍ରୀଜଗନ୍ନାଥ ଷ୍ଟିଲ୍‌ ଆଣ୍ଡ ପାୱାର ଲିଃ ଦ୍ୱାରା ୮୩୫.୩୪ କୋଟି ବ୍ୟୟରେ ୫୦୧ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟରେ ଇସ୍ପାତ ପ୍ରକଳ୍ପ ସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri