Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫୁଟବଲ: ଲାୟନ୍ସେସ ଚାମ୍ପିୟନ

କଲ୍ୟାଣୀ, ୧୮।୧୧- ଏଠାରେ ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ରେ ଲାୟନ୍ସେସ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଏହି ଦଳ ଟାଇଗ୍ରେସେସକୁ ୭-୨ ଗୋଲରେ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଲିଣ୍ଡା କୋମ୍‌ ସେର୍ତୋ (୧୭ ଓ ୫୦ତମ ମିନିଟ), ସୁମତି କୁମାରୀ(୩୭ ଓ ୫୪) ୨ଟି ଲେଖାଏ ଏବଂ ପ୍ରିୟଙ୍କା ସୁଜେଶ(୧୮), ପ୍ରିୟଙ୍କା ଦେବୀ ନାରୋଇମ୍‌(୩୪) ଓ ସାଇ ଶାଙ୍ଖେ (୬୯) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ପ୍ରତିପକ୍ଷ ଦଳର ନିଶା ୭୬ ଓ କରେନ ଇଷ୍ଟ୍ରୋସିଓ ୮୧ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିଥିଲେ।
ପ୍ରତିଯୋଗିତାର ଲିଗ୍‌ ପର୍ଯ୍ୟାୟରେ ମଧ୍ୟ ଟାଇଗ୍ରେସେସ ବିପକ୍ଷରେ ଭାରୀ ପଡ଼ିଥିଲା ଲାୟନ୍ସେସ। ସେତେବେଳେ ୪-୧ ଗୋଲରେ ବିଜୟୀ ହୋଇଥିବାବେଳେ ଫାଇନାଲରେ ପୂର୍ବ ଅପେକ୍ଷା ଉନ୍ନତ ପ୍ରଦର୍ଶନ କରିଥିଲା। ଲିଣ୍ଡା କୋମ୍‌ ଗୋଲ ସ୍କୋରିଂ ପ୍ରକ୍ରିୟା ଆରମ୍ଭ କରିଥିବାବେଳେ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଲାୟନ୍ସେସ ୪-୦ ଗୋଲରେ ଅଗ୍ରଣୀ ରହି ପ୍ରତିପକ୍ଷ ଦଳ ଉପରେ ଚାପ ପ୍ରୟୋଗ କରିଥିଲା। ପ୍ରିୟା ପି.ଭି.ଙ୍କ ପ୍ରଶିକ୍ଷଣପ୍ରାପ୍ତ ଟାଇଗ୍ରେସେସ ଶେଷଭାଗରେ କେତେକ ଗୋଲ ସ୍କୋରିଂ ସୁଯୋଗ ସୃଷ୍ଟି କରିଥିଲେ ହେଁ ସେତେବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା। ଅନ୍ୟପକ୍ଷରେ ଆଲେକ୍ସ ଆମ୍ବ୍ରୋସଙ୍କ ମାଷ୍ଟରମାଇଣ୍ଡ ଆଉ ଏକ ଟାଇଟଲ ବିଜୟରେ ସହାୟକ ହୋଇଛି। ତାଙ୍କ ପ୍ରଶିକ୍ଷଣରେ ଭାରତୀୟ ଦଳ ଗତ ଅକ୍ଟୋବରରେ ୧୫ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ରେ ଟାଇଟଲ ବିଜୟୀ ହୋଇଥିଲା। ୨୦୨୦ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଭାରତରେ ଅନୁଷ୍ଠିତ ହେବ। ସେହି ଟୁର୍ନାମେଣ୍ଟ ପାଇଁ ପ୍ରତିଭା ଅନୁସନ୍ଧାନ କରିବା ଲକ୍ଷ୍ୟରେ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତା ସଫଳତାର ସହ ଶେଷ ହୋଇଥିବାବେଳେ ଅନେକ ପ୍ରତିଭା ସମ୍ପନ୍ନ ଖେଳାଳିଙ୍କୁ ଠାବ କରାଯାଇ ପାରିଛି। ଚାମ୍ପିୟନ ଲାୟନ୍ସେସ ଦଳର ଷ୍ଟ୍ରାଇକର ଲିଣ୍ଡା କୋମ୍‌ ୬ଟି ଗୋଲ ଦେଇ ଟପ୍‌ ସ୍କୋରର ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri