୧୭ ୟୁନିଟ୍‌, ମୂଲ୍ୟାୟନ କରିବେ ୩୪୯ ଜଣ

ଅନୁଗୋଳ ଅଫିସ୍‌, ୧୯।୩: ଅନୁଗୋଳ ଜିଲାରେ ଗୁରୁବାରଠାରୁ ମାଟ୍ରିକ୍‌ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଏହି ମୂଲ୍ୟାୟନ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ମିଳିଛି। ମୋଟ ୧୭ଟି ୟୁନିଟ୍‌ରେ ୩୪୯ ଜଣ ଶିକ୍ଷୟିତ୍ରୀ ଓ ଶିକ୍ଷକ ଖାତା ଦେଖିବେ। ଅନ୍ୟପକ୍ଷରେ କରୋନା ସଂକ୍ରମଣ ନ ହେବାକୁ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ଦିଗରେ ବ୍ୟାପକ ସତର୍କ ବ୍ୟବସ୍ଥା ଗ୍ରହଣ କରାଯାଇଥିବା କୁହାଯାଇଛି।
ମୂଲ୍ୟାୟନ କେନ୍ଦ୍ରରେ ସାନିଟାଇଜର ବ୍ୟବସ୍ଥା କରାଯିବା ସହ କେନ୍ଦ୍ର ବାହାରେ ପାଣି, ସାବୁନ୍‌ ରଖାଯାଇଥିବା ଜିଲା ଶିକ୍ଷା ଅଧିକାରୀ ପକ୍ଷରୁ କୁହାଯାଇଛି। ଖାତା ଦେଖା ସମୟରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ୧ ମିଟର ଦୂରତାର ବ୍ୟବଧାନ ରଖାଯାଇଛି। ସେମାନଙ୍କୁ ମାସ୍କ ଯୋଗାଇଦେବା ପାଇଁ ଜିଲା ପ୍ରଶାସନକୁ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନୁରୋଧ କରାଯାଇଥିବା କୁହାଯାଇଛି। ୩ଟି ପର୍ଯ୍ୟାୟରେ ମୋଟ ୩୪୯ ଜଣ ପରୀକ୍ଷା ଖାତା ମୂଲ୍ୟାୟନ କରିବେ। ପ୍ରଥମ ପର୍ଯ୍ୟାୟରେ ସକାଳ ସାଢ଼େ ୮ରୁ ଅପରାହ୍ନ ସାଢ଼େ ୨ଟା ପର୍ଯ୍ୟନ୍ତ ସାହିତ୍ୟ ଓ ସାମାଜିକ ବିଜ୍ଞାନ ଖାତା ମୂଲ୍ୟାୟନ କରାଯିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ସକାଳ ସାଢେ ୯ଟାରୁ ଅପରାହ୍ନ ସାଢ଼େ ୩ଟା ପର୍ଯ୍ୟନ୍ତ ଇଂଲିଶ ଓ ବିଜ୍ଞାନ ଖାତା ଏବଂ ତୃତୀୟ ପର୍ଯ୍ୟାୟରେ ପୂର୍ବାହ୍ନ ସାଢ଼େ ୧୦ଟାରୁ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ସଂସ୍କୃତ, ହିନ୍ଦୀ ଓ ଗଣିତ ଖାତା ମୂଲ୍ୟାୟନ କରାଯିବାର ବ୍ୟବସ୍ଥା କରାଯାଇଥିବା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ମୂଲ୍ୟାୟନ କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଭାବେ ଅନୁଗୋଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ନନ୍ଦଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ଜିଲା ଶିକ୍ଷା ଅଧିକାରୀ ମୂଲ୍ୟାୟନ ତଦାରଖ କରିବେ ବୋଲି କୁହାଯାଇଛି। ସେହିପରି ଜଣଙ୍କୁ ମୂଲ୍ୟାୟନ କେନ୍ଦ୍ରର କ୍ୟାମ୍ପ ଅଫିସର ଭାବେ ନିୟୋଜିତ କରାଯାଇଥିବାବେଳେ ତାଙ୍କୁ ସହଯୋଗ କରିବାକୁ ଦୁଇ ଜଣ ରହିଛନ୍ତି। ୧୭ଟି ୟୁନିଟ୍‌ରେ ଜଣେ ଲେଖାଏଁ ଚିଫ୍‌ ଥିବାବେଳେ ୩୪ ଜଣ ଡେପୁଟି ଚିଫ୍‌ ନିୟୋଜିତ କରାଯାଇଛି ବୋଲି ଜିଲା ଶିକ୍ଷା ଅଧିକାରୀ କଳ୍ପନା କୁମାରୀ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri