Posted inଖେଳ

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା ମ୍ୟାଚରେ ଦୀପିକା ଶେରାଓ୍ବତ, ଋତୁଜା ଦାଦାସୋ ପିସାଲ ଓ ନବନୀତ କୌର ପ୍ରମୁଖ ପ୍ରତ୍ୟେକ ହ୍ୟାଟ୍ରିକ୍‌ ଗୋଲ୍‌ ସ୍କୋର କରିଥିଲେ।

ଉଜବେକିସ୍ତାନ ବିପକ୍ଷରେ ଭାରତର ୧୯-୦ ଗୋଲ୍‌ ବିଜୟ ମ୍ୟାଚରେ ୮ଟି ଗୋଲ୍‌ ସ୍କୋର କରିଥିବା ୨୨ ବର୍ଷୀୟା ଦୀପିକା ୮ମ, ୨୮ତମ ଓ ୪୦ତମ ମିନିଟ୍‌ରେ ତାଙ୍କ ଗୋଲ୍‌ ଗୁଡ଼ିକୁ ସ୍କୋର କରିଥିଲେ। ଏହି ସମସ୍ତ ଗୋଲ୍‌ ପେନାଲ୍ଟି କର୍ନର ଜରିଆରେ ସ୍କୋର କରିଥିଲେ। ଋତୁଜା ତାଙ୍କର ତିନୋଟିଯାକ ଫିଲ୍ଡ ଗୋଲ୍‌ ୧୫ତମ, ୨୦ତମ ଓ ୩୮ତମ ମିନିଟ୍‌ରେ ସ୍କୋର କରିଥିଲେ। ନବନୀତ ୩୫ତମ, ୫୬ତମ ଓ ୫୭ତମ ମିନିଟ୍‌ରେ ହ୍ୟାଟ୍ରିକ୍‌ ଗୋଲ୍‌ ସ୍କୋର କରିଥିଲେ।

ଏହାଛଡ଼ା ସୁନେଲିତା ଟପ୍ପୋ (୧୧ଶ, ୩୦ତମ), ଲାଲ ରେମସିଆମି (୧୨ତମ, ୧୬ତମ) ଓ ସାକ୍ଷୀ ରାଣା (୨୫ତମ ଓ ୫୭ତମ) ଦୁଇଟି ଲେଖାଏଁ ଗୋଲ୍‌ ଦେଇଥିବା ବେଳେ ଅଧିନାୟିକା ସାଲିମା ଟେଟେ (୩୫ତମ), ଇସିକା ଚୌଧାରୀ (୩୬ତମ) ଗୋଟିଏ ଲେଖାଏଁ ଗୋଲ୍‌ ସ୍କୋର କରିଥିଲେ। ଇଣ୍ଡୋନେସିଆ ତରଫରୁ ଏକମାତ୍ର ଗୋଲ୍‌ ଇନେସ ଆଦିତ୍ୟ ଖେଳର ୩୨ତମ ମିନିଟରେ ସ୍କୋର କରିଥିଲେ। ଭାରତ ଏହାର ପରବର୍ତ୍ତୀ ମ୍ୟାଚ ବୁଧବାର ଥାଇଲାଣ୍ଡ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?