Posted inଜାତୀୟ

୧୮ହଜାର ପକ୍ଷୀଙ୍କୁ ନୂଆ ଜୀବନ ଦେଲେ ସୀମା ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୧୨।୭: ସୀମାରେ ମୁତୟନ ଥିବା ବିଏସ୍‌ଏଫ୍‌ ଯବାନମାନେ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସୀମାରେ ଚୋରା ଚାଲାଣ ହେଉଥିବା ବିରଳ ପ୍ରଜାତିର କଇଁଛ ଓ କଙ୍କଡା ସମେତ ୧୮ହଜାରରୁ ଉର୍ଦ୍ଧ୍ୱ ପକ୍ଷୀଙ୍କୁ ଉଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ବିଏସ୍‌ଏଫ୍‌ର ସୁରକ୍ଷାକର୍ମୀ। ଏହି ସବୁ ଜୀବଙ୍କୁ ଅନ୍ତଃରାଷ୍ଟ୍ରୀୟ ବଜାରରେ ଚୋରାଚାଲଣକାରୀମାନେ ଚଢ଼ା ଦରରେ ବିକ୍ରି କରିିବା ସହ ଲକ୍ଷ ଲକ୍ଷ ଟଙ୍କା ଆୟ କରୁଥିବା ଅଭିଯୋଗ ହୋଇଛି। ଦେଶର ସୀମା ସୁରକ୍ଷାର ଦାୟିତ୍ୱ ଯବାନଙ୍କ ଉପରେ ରହିଥିବା ବେଳେ ଦେଶର ବନ୍ୟପ୍ରାଣୀ ବା ଜୀବଜନ୍ତୁ ଏହି ସୁରକ୍ଷାରୁ ବାଦ୍‌ ପଡ଼ିବେ ବା କିପରି । ବିଲୁପ୍ତ ପ୍ରଜାତିର ଜୀବଜନ୍ତୁମାନେ ରାଜସ୍ତାନ, ଗୁଜରାଟ, ପଶ୍ଚିମ ବଙ୍ଗ, ଜମ୍ମୁ କଶ୍ମୀର, ମିଜୋରାମ ସମେତ ଅନ୍ୟ କିଛି ସୀମାରେ ଏମାନଙ୍କୁ ଦେଖିବାକୁ ମିଳିଥାଏ। ସୀମାରେ ଚୋରାଚାଲାଣକାରୀମାନେ ସମୁଦ୍ର ଉପକୂଳରେ ଥିବା ଦେଶରେ ପାରା, କପୋତ, ଏମୁ, କଙ୍କଡା ଓ କଇଁଛ ଆଦିଙ୍କୁ ଫଳ ବାକ୍ସ ଓ କଣା ଥିବା ଡବାରେ ଭର୍ତ୍ତି କରି ଚାଲାଣ କରିବା ସହ ଲକ୍ଷାଧିକ ଟଙ୍କା ରୋଜଗାର କରିଥାନ୍ତି। ଏମାନେ ସୀମାରେ ପ୍ରବେଶ କରିବା ଓ ବିଏସ୍‌ଏଫ୍‌ଙ୍କ ଆଖିରେ ଧୂଳି ଦେବା ଲାଗି ବନ୍ୟବିଭାଗଠାରୁ ନକଲି ଅନୁମତି ପତ୍ର ତିଆରି କରିଥାନ୍ତି। ସେହିପରି ଗତ ସପ୍ତାହରେ ବିଏସ୍‌ଏଫ୍‌ ଡିଆରଆଇ ସହ ମିଳିତ କାର୍ଯ୍ୟାନୁଷ୍ଠାନରେ ଆଇଜଲରୁ ୮ଚୋରାଚାଲାଣକରୀଙ୍କୁ ଗିରଫ କରିବା ସହ ୨୩ଟି ପାରା, ଏମୁ ଓ କପୋତକୁ ଜବତ କରାଯାଇଥିଲା। ଏମାନଙ୍କର ମୂଲ୍ୟ ପ୍ରାୟ ୨୮ଲକ୍ଷ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri