୧୯ରୁ ଭୁବନେଶ୍ୱରରେ ପଲ୍‌ସ ପୋଲିଓ ଟିକାକରଣ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଭୁବନେଶ୍ୱରରେ ଆସନ୍ତା ୧୯, ୨୦ ଓ ୨୧ ତାରିଖରେ ପଲସ୍‌ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୨୪୯ ବୁଥ୍‌ରେ ୪୯୮ ଦଳ ଅନ୍ତର୍ଭୁକ୍ତ ୯୯୬ ଜଣ ଟିକାଦାନକାରୀ ଏହି ବ୍ୟାପକ କାର୍ଯ୍ୟକ୍ରମକୁ ପରିଚାଳନା କରିବେ। ରେଲୱେ ଷ୍ଟେଶନ୍‌, ବସ୍‌ଷ୍ଟାଣ୍ଡ ଓ ହାଟ ପ୍ରଭୃତି ଗହଳି ସ୍ଥାନରେ ବହିରାଗତ ଶିଶୁମାନଙ୍କୁ ପୋଲିଓ ଟିକା ଦେବାକୁ ୩୦ଟି ଅସ୍ଥାୟୀ ଦଳ ଗଠନ କରାଯାଇଛି। ୫ ଭ୍ରମ୍ୟମାଣ ଦଳ ମୁତୟନ ହୋଇ ସମସ୍ତ ନିର୍ମାଣାଧୀନ ସ୍ଥଳଗୁଡ଼ିକରେ ପଲ୍‌ସ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ସମାହିତ ହେବ। ଏହି ବିଶାଳ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପଲସ୍‌ ପୋଲିଓ ଟିକାକରଣ-୨୦୨୦ର ସିଟି ଟାସ୍କଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ଅଧ୍ୟକ୍ଷତା କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଥିଲେ, ୫ ବର୍ଷରୁ କମ୍‌ ସମସ୍ତ ଶିଶୁଙ୍କୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ। ଏଥିନିମନ୍ତେ ଆଶା ଓ ଅଙ୍ଗନୱାଡି କର୍ମୀମାନେ ରାଜଧାନୀର ପ୍ରତ୍ୟେକ ଘର ବୁଲି ସୂଚନା ଦେବା ଓ ସଚେତନତାର ପ୍ରସାର କରାଇବା ଆବଶ୍ୟକ। ରାଜଧାନୀର ବିଭିନ୍ନ ବସ୍ତିରେ ରହୁଥିବା ପରିବାରଗୁଡିକର ୫ବର୍ଷରୁ କମ୍‌ ସମସ୍ତ ଶିଶୁ ଯେପରି ଏହି ପୋଲିଓ ଟିକାକରଣ ସୁଯୋଗ ନେଇପାରିବେ ସେ ଦିଗରେ ସମସ୍ତେ ଉଦ୍ୟମ କରିବାକୁ ଚୌଧାରୀ ପରାମର୍ଶ ଦେଇଥିଲେ। କେଉଁ ଅଞ୍ଚଳରେ କେଉଁଠି ବୁଥ୍‌ ହୋଇଛି, ସେ ସମ୍ବନ୍ଧରେ ଜାଣିବାକୁ ବିଏମ୍‌ସି ୱେବ୍‌ସାଇଟ୍‌ରେ ଲିଙ୍କ୍‌ ଦିଆଯିବ। ଭୁବନେଶ୍ୱର ଡଟ୍‌ ମି’ରେ ମଧ୍ୟ ଏ ସମ୍ବନ୍ଧୀୟ ପୂର୍ଣ୍ଣାଙ୍ଗ ତଥ୍ୟ ରହିବ। ନିକୋ ପାର୍କ ଓ ଅନ୍ୟ ପାର୍କରେ କେତେକ ମଡ଼େଲ ଟିକାକରଣ ବୁଥ୍‌ କରାଯାଇ ଶିଶୁମାନଙ୍କ ପାଇଁ ଟିକାଦାନ ସଙ୍ଗେ ସଙ୍ଗେ ଖେଳିବାର ବ୍ୟବସ୍ଥା ମଧ୍ୟ କରାଯିବାକୁ ଚୌଧାରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଯଦିଓ ୨୦୦୯ରେ ଦେଶରେ ବିଶ୍ୱର ୫୦ ପ୍ରତିଶତରୁ ଅଧିକ ପୋଲିଓ ରୋଗୀ ଥିଲେ, ୨୦୧୪ ମାର୍ଚ୍ଚରେ ଭାରତକୁ ପୋଲିଓ ମୁକ୍ତ ଦେଶ ଭାବେ ଘୋଷଣା କରାଯାଇସାରିଛି। ବ୍ୟାପକ ଟିକାକରଣ ଯୋଗୁ ଏହା ସମ୍ଭବ ହୋଇପାରିଛି। ତେବେ ୨୦୨୩ ସୁଦ୍ଧା ସାରା ବିଶ୍ୱର ଶିଶୁମାନଙ୍କୁ ପାଟିରେ ପୋଲିଓ ଟିକାର ବୁନ୍ଦା ଦେବା ବନ୍ଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri