Posted inଜାତୀୟ

୧୯୪୭ରୁ ୭୨୦ ଅପରାଧୀ ପାଇଲେଣି ମୃତ୍ୟୁଦଣ୍ଡ: ପାଖାପାଖି ଅଧା ଉତ୍ତରପ୍ରଦେଶର

ନୂଆଦିଲ୍ଲୀ, ୨୧ା୩: ସ୍ବାଧୀନତା ପରଠାରୁ ଭାରତରେ ମୋଟ ୭୨୦ ଅପରାଧୀ ଫାଶୀ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ପାଖାପାଖି ଅଧା ଉତ୍ତରପ୍ରଦେଶର। ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଏକ ପ୍ରକଳ୍ପ ଲାଗି ସଂଗ୍ରହ କରାଯାଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଫାଶୀଦଣ୍ଡ ପାଉଥିବା ବ୍ୟକ୍ତିଙ୍କ ସମ୍ପର୍କରେ କୌଣସି ସରକାରୀ ରେକର୍ଡ ନ ଥିବାରୁ ଏହା ଅଧିକ ହୋଇପାରେ ବୋଲି ମଧ୍ୟ ସନ୍ଦେହ କରାଯାଉଛି। ନିର୍ଭୟା ଗଣବଳାତ୍କାର, ହତ୍ୟା ମାମଲାରେ ୪ ଦୋଷୀଙ୍କୁ ଶୁକ୍ରବାର ଫାଶୀ ଦିଆଯାଇଥିବା ବେଳେ ଏହା ପୂର୍ବରୁ ୨୦୧୫ ଜୁଲାଇରେ ୟାକୁବ୍‌ ମେମନ୍‌ଙ୍କୁ ଫାଶୀଖୁଣ୍ଟରେ ଝୁଲାଯାଇଥିଲା।
ରିପୋର୍ଟ ମୁତାବକ ୧୯୪୭ ପରଠାରୁ ଉତ୍ତରପ୍ରଦେଶରେ ୩୫୪ ବ୍ୟକ୍ତିଙ୍କୁ ଫାଶୀ ଦିଆଯାଇଛି। ହରିୟାଣାରେ ୯୦, ମଧ୍ୟପ୍ରଦେଶରେ ୭୩, ମହାରାଷ୍ଟ୍ରରେ ୫୭, କର୍ନାଟକରେ ୩୬, ପଶ୍ଚିମବଙ୍ଗରେ ୩୦, ଆନ୍ଧ୍ରପ୍ରଦେଶରେ ୨୭, ଦିଲ୍ଲୀରେ ୨୪ ଓ ପଞ୍ଜାବରେ ୧୦, ରାଜସ୍ଥାନରେ ୮, ଓଡ଼ିଶା, ଜମ୍ମୁ-କଶ୍ମୀରରେ ୫ ଜଣ ଲେଖାଏ ଏବଂ ଗୋଆରେ ଜଣେ ଅପରାଧୀଙ୍କୁ ଫାଶୀଦଣ୍ଡ ଦିଆଯାଇଛି। ସୂଚନା ଅଧିକାର ଆଇନ ମାଧ୍ୟମରେ ବିଭିନ୍ନ ରାଜ୍ୟର ରେକର୍ଡରୁ ଏହି ତଥ୍ୟ ମିଳିଥିବା ପ୍ରକଳ୍ପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନୁପ ସୁରେନ୍ଦ୍ରନାଥ ପ୍ରକାଶ କରିଛନ୍ତି।
୨୦୧୩ରେ ପାର୍ଲାମେଣ୍ଟ ଆକ୍ରମଣକାରୀ ଅଫ୍‌ଜଲ ଗୁରୁଙ୍କୁ ଫାଶୀ ଦିଆଯାଇଥିଲା। ୨୦୦୪ରେ ବଳାତ୍କାର ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା ଧନଞ୍ଜୟ ଚାଟାର୍ଜୀଙ୍କୁ ଫାଶୀଦଣ୍ଡ ଦିଆଯାଇଥିଲା। ୨୦୧୨ ନଭେମ୍ବରରେ କସବଙ୍କୁ ଦିଆଯାଇଥିବା ଫାଶୀ।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri