୧୯୫ ଦେଶରୁ ୧୯୪ରେ କରୋନା: ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫; ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି

ଓ୍ବାଶିଂଟନ,୨୫।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରୁ ୧୯୪ରେ କରୋନା ସଂକ୍ରମିତ ହୋଇଛି। ସେହିଭଳି କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫ରେ ପହଞ୍ଚିଛି। ୪ଲକ୍ଷ ୨୨ ହଜାର ୯୧୩ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏକ ଲକ୍ଷ ୯ ହଜାର ୧୪୩ ସଂକ୍ରମିତ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି। ଇଟାଲିରେ କରୋନା ସଂକ୍ରମଣ ଯୋଗୁ ବର୍ତ୍ତମାନ ସୁଦ୍ଧା ୬ ହଜାର ୮୨୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏଠାରେ ଲକ୍‌ ଡାଉନ୍‌ ଜାରି ରହିଛି। ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି ଜାରି କରାଯାଇଛି। ଏନେଇ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡନ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୧ ଫେବୃୟାରୀ ୨୩ରେ ଏଠାରେ ଭୂକମ୍ପରେ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ଏବେ କରୋନା ସଂକ୍ରମଣ ଯୋଗୁ ଦ୍ୱିତୀୟଥର ଲାଗି ଏଭଳି ସ୍ଥିତି ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri