୧୯୯୨ ବିଶ୍ୱକପ୍‌ ସଫଳତା ଦୋହରାଇବ ପାକିସ୍ତାନ

ଲଣ୍ଡନ, ୮ା୬- ସର୍ଫରାଜ ଅହମ୍ମଦଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳ ଚଳିତ ବିଶ୍ୱକପ୍‌ରେ ଆଶାନୁଯାୟୀ ଅଭିଯାନ ଆରମ୍ଭ କରିପାରି ନାହିଁ। ହେଲେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବା ପରେ ପାକିସ୍ତାନର ଅଭିଯାନରେ ବଡ଼ ସଂଯୋଗ ଦେଖିବାକୁ ମିଳିଛି। ପାକିସ୍ତାନ ଦଳ ଏପର୍ଯ୍ୟନ୍ତ ଗୋଟିଏ ଲେଖାଏ ପରାଜୟ ଓ ବିଜୟ ସହ ଗୋଟିଏ ମ୍ୟାଚ୍‌ର ଫଳାଫଳ ବାହାରି ପାରିନାହିଁ। ୧୯୯୨ ବିଶ୍ୱକପ୍‌ ଚାମ୍ପିୟନ ପାକିସ୍ତାନ ଦଳର ଅଭିଯାନ ପ୍ରଥମ ୩ଟି ମ୍ୟାଚ୍‌ ସୁଦ୍ଧା ସମ୍ପୂର୍ଣ୍ଣ ସମାନ ରହିଛି। ଏକା ଭଳି ରାଉଣ୍ଡ ରବିନ ଫର୍ମାଟରେ ଖେଳାଯାଇଥିବା ୧୯୯୨ ବିଶ୍ୱକପ୍‌ରେ ପାକିସ୍ତାନ ଦଳ ତା’ର ପ୍ରଥମ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜଠାରୁ ପରାସ୍ତ ହୋଇଥିଲା। ପରବର୍ତ୍ତୀ ମ୍ୟାଚ୍‌ରେ ଜିମ୍ବାଓ୍ବେକୁ ହରାଇଥିଲା। ଇଂଲଣ୍ଡ ବିପକ୍ଷ ୩ୟ ମ୍ୟାଚ୍‌ ବର୍ଷା କାରଣରୁ ଖେଳାଯାଇପାରି ନ ଥିଲା। ବିଶ୍ୱକପ୍‌ର ଏହି ସଂସ୍କରଣରେ ପାକିସ୍ତାନ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତଠାରୁ ପରାସ୍ତ ହୋଇଥିଲେ ମଧ୍ୟ ଟ୍ରଫି ହାତେଇବାରେ ସଫଳ ହୋଇଥିଲା। କିଛି ପ୍ରଶଂସକ ବିଶ୍ୱାସ କରୁଛନ୍ତି ଯେ, ସର୍ଫରାଜଙ୍କ ଦଳ ସମାନ ଇତିହାସ ଦୋହରାଇବ। ତେବେ ସମୟ ହିଁ କହିବ ବିଶ୍ୱକପ୍‌ କିଏ ହାତେଇବ। ପ୍ରଶଂସକମାନେ କେବଳ ଅନୁମାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri