Posted inଜାତୀୟ

୧୯୯୩ ନିର୍ଦ୍ଦେଶର ପୁନର୍ବିଚାର କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ୧୯୯୩ରେ ସୁପ୍ରିମକୋର୍ଟଙ୍କ ୯ ଜଣିଆ ପୀଠ ବିଚାରପତିମାନଙ୍କ ନିଯୁକ୍ତି ଲାଗି କଲେଜିୟମ୍‌ ବ୍ୟବସ୍ଥା ଲାଗୁକରିବାକୁ ରାୟ ଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମାର ପୁନର୍ବିଚାର କରିବାକୁ ସର୍ବୋଚ୍ଚ ଅଦାଲତ ବୁଧବାର ମନା କରିଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ ଏନ୍‌.ଭି. ରମନ୍ନାଙ୍କୁ ନେଇ ଗଠିତ ୯ ଜଣିଆ ପୀଠ ନ୍ୟାୟିକ ସଂସ୍କାର ଓ ସ୍ବଚ୍ଛତା ଜାତୀୟ ଆଇନଜୀବୀ ପ୍ରଚାର ଅଭିଯାନ (ଏନ୍‌ଏଲ୍‌ସିଜେଆର୍‌ଟି) ପକ୍ଷରୁ ଦାଏର ରିଭ୍ୟୁ ପିଟିଶନକୁ ଖାରଜ କରିଦେଇଛନ୍ତି। ୧୯୯୩ ପୂର୍ବରୁ କେନ୍ଦ୍ର କ୍ୟାବିନେଟର ପରାମର୍ଶକ୍ରମେ ରାଷ୍ଟ୍ରପତି ସୁପ୍ରିମକୋର୍ଟ ଓ ହାଇକୋର୍ଟ ବିଚାରପତିମାନଙ୍କୁ ନିଯୁକ୍ତି ପ୍ରଦାନ କରୁଥିଲେ। ୧୯୯୩ର ରାୟ ପରେ ରାଷ୍ଟ୍ରପତି କଲେଜିୟମ ସୁପାରିସ କରିଥିବା ନାମ ତାଲିକାରୁ ବିଚାରପତି ନିଯୁକ୍ତି ଦେବା ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିଲା। ଏହି ବ୍ୟବସ୍ଥାକୁ ନେଇ ସମାଲୋଚନାର ସ୍ବର ଉଠିବା ପରେ ୨୦୧୫ରେ ପାର୍ଲାମେଣ୍ଟ କଲେଜିୟମ୍‌ ବଦଳରେ ଜାତୀୟ ନ୍ୟାୟିକ ନିଯୁକ୍ତି କମିଶନ (ଏନ୍‌ଜେଏସି) ଗଠନ ଲାଗି ଆଇନ ପ୍ରଣୟନ କରିଥିଲେ। ତେବେ ଏହି ବ୍ୟବସ୍ଥାକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri