୧୯ ଦିନ ଧରି ନିଜାମୁଦ୍ଦିନ୍‌ ପାଲଟିଥିଲା କରୋନା ସଂକ୍ରମଣର କେନ୍ଦ୍ର !

ନୂଆଦିଲ୍ଲୀ,୧।୪: ନିଜାମୁଦ୍ଦିନ୍‌ର ତବଲିଗ୍‌ ଜମାତ୍‌ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜମାତ୍‌ ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ହେବାର ଯୋଜନା ଥିଲା। ତେବେ ଏଠାରେ ମାର୍ଚ୍ଚ ୧୩ଠାରୁ ଲୋକଙ୍କ ସମାବେଶ ଆରମ୍ଭ ହୋଇଥିଲା। ମାର୍ଚ୍ଚ ୧୩ରୁ ୩୧ ପର୍ଯ୍ୟନ୍ତ ଏହା ସଂକ୍ରମଣର କେନ୍ଦ୍ର ପାଲଟି ଥିଲେ ମଧ୍ୟ କରୋନାରୁ ଦୂରେଇ ରହିବା ଲାଗି ସାମାଜିକ ଦୂରତା ଅବଲମ୍ବନ କରିବା ମାର୍ଗଦର୍ଶିକା ଜାରି କରିଥିବା କେନ୍ଦ୍ର ଏବଂ ଦିଲ୍ଲୀ ରାଜ୍ୟ ସରକାର କାହିଁକି ନୀରବ ରହିଥିଲେ ସେ ନେଇ ଏବେ ପ୍ରଶ୍ନ ଉଠିବା ଆରମ୍ଭ କରିଛି। ଦେଶରେ ପ୍ରତିଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ସମୟରେ ସରକାର ହାତ ବାନ୍ଧି ବସିବା ଯୁକ୍ତି ସଙ୍ଗତ ନୁହେଁ ବୋଲି କୁହାଯାଉଛି। ଦେଶ କରୋନା ଆଁରେ ଥିବାବେଳେ ଏକାଠି ଏତେ ସଂଖ୍ୟକ ପରସ୍ପରକୁ ଚିହ୍ନି ନ ଥିବା ଲୋକେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏକାଠି ରହିବା ଦ୍ୱାରା ପରିସ୍ଥିତି ସଙ୍କଟ ଜନକ ହୋଇଥିଲା। ଶେଷରେ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ନେତୃତ୍ୱରେ ନିଜାମୁଦ୍ଦିନ୍‌ରେ ଅଟକି ରହିଥିବା ୧,୫୪୮ ଲୋକଙ୍କୁ ବାହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri