Posted inଖେଳ

୧୯ ବର୍ଷରୁ କମ୍‌ ଏସିଆ କପ୍‌: ହ୍ୟାଟ୍ରିକ ବିଜୟ ସେମିରେ ଭାରତ

କଲମ୍ବୋ, ୯।୯- ଶ୍ରୀଲଙ୍କାରେ ଚାଲିଥିବା ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ପ୍ରତିଯୋଗିତାରେ ଭାରତ ହ୍ୟାଟ୍ରିକ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍‌-ଏ’ର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଭାରତ ୩ ଉଇକେଟ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ପ୍ରଥମ ମ୍ୟାଚ୍‌ରେ କୁଏତ୍‌ (୭ ଉଇକେଟ୍‌) ଓ ଦ୍ୱିତୀୟ ମ୍ୟାଚ୍‌ରେ ପାକିସ୍ତାନ (୬୦ ରନ୍‌)କୁ ପରାସ୍ତ କରିଥିବା ଭାରତ ଏଥିସହ ଟୁର୍ନାମେଣ୍ଟରେ ଲଗାତର ୩ୟ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତୀୟ ଦଳ ୩ ମ୍ୟାଚ୍‌ରୁ ୬ ପଏଣ୍ଟ ହାସଲ କରି ଗ୍ରୁପ୍‌-ଏ’ରେ ଶୀର୍ଷ ସ୍ଥାନରେ ରହି ସେମିଫାଇନାଲରେ ପ୍ରବେଶ କରିଛି। ପରାଜୟ ସତ୍ତ୍ୱେ ଆଫଗାନିସ୍ତାନ ସେମିଫାଇନାଲରେ ପହଞ୍ଚତ୍ଛି। ଗୁରୁବାର ଭାରତ ପ୍ରଥମ ସେମିଫାଇନାଲ ଖେଳିବ। ମଙ୍ଗଳବାର ଗ୍ରୁପ୍‌-ବି’ର ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ପରେ ସେମିଫାଇନାଲ ଲାଇନ୍‌ ଅପ୍‌ ଚୂଡ଼ାନ୍ତ ହେବ।
ସ୍ଥାନୀୟ କଲମ୍ବୋ କ୍ରିକେଟ୍‌ କ୍ଲବ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ଲୋ-ସ୍କୋରିଂ ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ଦୁଇ ଭାରତୀୟ ବୋଲର ସୁଶାନ୍ତ ମିଶ୍ର ଓ ଅଥର୍ବ ଆଙ୍କୋଲେକରଙ୍କୁ ସାମ୍ନା କରି ନ ପାରି ୪୦.୧ ଓଭରରେ ୧୨୪ ରନ୍‌ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଅଧିନାୟକ ଫର୍‌ହାନ ଜଖିଲ (୨୯), ସେଦିକୁଲ୍ଲା ଅଟଲ୍‌ (୨୫), ଉଇକେଟ୍‌କିପର ମହମ୍ମଦ ଇଶାକ୍‌ (୧୪) ଓ ଆବିଦୁଲ୍ଲା ତନିଓ୍ବାଲ (୩୯)ଙ୍କୁ ଛାଡ଼ିଦେଲେ ବାକି ୮ଜଣ ବ୍ୟାଟ୍ସମ୍ୟାନ ୨ ଅଙ୍କବିଶିଷ୍ଟ ସ୍କୋର ଛୁଇଁପାରି ନ ଥିଲେ। ମଧ୍ୟଗତିର ବୋଲର ସୁଶାନ୍ତ ମିଶ୍ର (୯.୧-୨-୨୦-୫) ଓ ବାମହାତୀ ସ୍ପିନର ଆଙ୍କୋଲେକର (୯-୩-୧୬-୪) ମାରାତ୍ମକ ବୋଲିଂ କରି ଆଫଗାନିସ୍ତାନକୁ ବଡ଼ ସ୍କୋର କରିବାରେ ଅଟକାଇଥିଲେ। ପୁର୍ନକ ତ୍ୟାଗୀଙ୍କୁ ଗୋଟିଏ ଉଇକେଟ୍‌ ମିଳିଥିଲା। ଜବାବରେ ଛୋଟିଆ ଟାର୍ଗେଟ୍‌କୁ ପିଛା କରିଥିବା ଭାରତ ମଧ୍ୟକ୍ରମ ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ୩୮.୪ ଓଭରରେ ୭ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଆଗଧାଡ଼ିର ୩ ବ୍ୟାଟ୍ସମ୍ୟାନ ଅର୍ଜୁନ ଆଜାଦ୍‌ (୨୧), ସାଲିଲ୍‌ ଆରୋରା (୨୯) ଓ ଶାଶ୍ୱତ ରାଓ୍ବତ (୨୯) ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ। ଏହାପର ୪ ଜଣ ଖେଳାଳି ଅଧିନାୟକ ଧ୍ରୁବ ଜୋରେଲ (୦), ବରୁଣ ଲାଭାଣ୍ଡେ (୬), ତିଲକ ବର୍ମା (୧) ଓ ଆଙ୍କୋଲେକର (୭) ଶୀଘ୍ର ଆଉଟ୍‌ ହେବାରୁ ଭାରତ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। କିନ୍ତୁ କରଣ ଲାଲ୍‌ ୧୩ ଓ ତ୍ୟାଗୀ ୧୧ ରନ କରି ଅପରାଜିତ ରହି ଦଳକୁ ଜିତାଇଥିଲେ। ଆଫଗାନିସ୍ତାନ ପକ୍ଷରୁ ନୁର୍‌ ଅହମ୍ମଦ ସର୍ବାଧିକ ୪ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri