୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ହରାଇ ସେମିରେ ଭାରତ

ପୋଚେଫ୍ସଟ୍ରୁମ୍‌, ୨୮।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ବିଶ୍ୱକପ୍‌ର ଏହି ୧୩ତମ ସଂସ୍କରଣରେ ଭାରତ ମଙ୍ଗଳବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୭୪ ରନରେ ପରାସ୍ତ କରି ସେମି ଟିକେଟ ହାସଲ କରିଛି। ସ୍ଥାନୀୟ ସେନଓ୍ବେଜ ପାର୍କରେ ଅନୁଷ୍ଠିତ ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ମଧ୍ୟ ୫୦ ଓଭରରେ ୯ ଉଇକେଟ ହରାଇ ୨୩୩ ରନ ସଂଗ୍ରହ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ୪୩.୩ ଓଭରରେ ୧୫୯ ରନକରି ଅଲଆଉଟ ହେବା ସହ ଆତ୍ମସମର୍ପଣ କରିଥିଲା। ଭାରତୀୟ ଡାହାଣହାତୀ ଦ୍ରୁତ ବୋଲର କାର୍ତ୍ତିକ ତ୍ୟାଗୀ ୭ ଓଭର ବୋଲିଂ କରି ମାତ୍ର ୨୨ ରନ ବ୍ୟୟ କରିବା ସହ ୪ ଉଇକେଟ ଅକ୍ତିଆର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୩୪ ରନ ର୍ଟାଗଟର ପିଛା କରି ଅଷ୍ଟ୍ରେଲିଆ ପ୍ରଥମ ଓଭରରେ ୩ଟି ଉଇକେଟ ହରାଇଥିଲା। ପ୍ରଥମ ବଲ୍‌ରେ ଜେମ୍‌ ଫ୍ରାସର- ମ୍ୟାକ୍‌ଗୁର୍କ (୦) ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ଏହାପରେ ତ୍ୟାଗୀ ଅଧିନାୟକ ମ୍ୟାକେଞ୍ଜି ହାର୍ଭି (୪) ଓ ଲାଚଲାନ ହେଣ୍ଣେ ର୍‌(୦)ଙ୍କୁ ଯଥାକ୍ରମେ ଚତୁର୍ଥ ଓ ପଞ୍ଚମ ବଲ୍‌ରେ ଆଉଟ ହୋଇଥିଲେ। ଦଳର ୮ଜଣ ବ୍ୟାଟ୍ସମ୍ୟାନ ଖାତା ଖୋଲିପାରି ନ ଥିଲେ। ଓପନର ସାମ ଫାନିଂକ ୭୫ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଏକା ଲଢେଇ କରିଥିଲେ ମଧ୍ୟ ତାଙ୍କୁ ଅନ୍ୟମାନେ ସହଯୋଗ କରି ନ ଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ପାଟ୍ରିକ ରୋଏ ୨୧ ଓ ଲିଆମ ସ୍କଟ୍‌ ୩୫ ରନ କରି ଆଉଟ ହୋଇଥିଲେ। ଅନ୍ୟତମ ଭାରତୀୟ ଦ୍ରୁତ ବୋଲର ଆକାଶ ସିଂ ମଧ୍ୟ ୩ଟି ବଲ୍‌ରେ କ୍ରମାଗତ ୩ ଉଇକେଟ ନେଇ ହ୍ୟାଟ୍ରିକ ଅର୍ଜନ କରିବା ସହ ଭାରତର ବିଜୟକୁ ସହଜ କରିଥିଲେ। ବୋଲିଂରେ ଭାରତ ତରଫରୁ ତ୍ୟାଗୀ ସର୍ବାଧିକ ୪, ଆକାଶ ୩, ରବି ବିଷ୍ନୋଇ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ ତରଫରୁ ଓପନର ଯଶସ୍ବୀ ଜୈସୁଆଲ ସର୍ବାଧିକ ୬୨, ଅର୍ଥବ ଅଙ୍କୋଲେକର ଅପରାଜିତ ୫୫ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦିବ୍ୟାଂଶ ସାକସେନା ୧୪, ଉଇକେଟକିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୁରେଲ ୧୫, ସିଦ୍ଧେଶ ବୀର ୨୫, ରବି ବିଷ୍ନୋଇ ୩୦ ରନ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ କୋରେ କେଲି ଓ ଟୋଡ୍‌ ମର୍ଫି ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri