ମେଲବୋର୍ନ,୨୪।୧୦: ଭାରତ ଟି-୨୦ ବିଶ୍ୱକପ ୨୦୨୨ର ପ୍ରଥମ ମ୍ୟାଚରେ ପାକିସ୍ତାନ ଉପରେ ଏକ ରୋମାଞ୍ଚକ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତ ଅଷ୍ଟ୍ରେଲିଆର ୧୯ ବର୍ଷ ପୁରୁଣା ଏକ ବିଶ୍ୱ ରେକର୍ଡକୁ ଭାଙ୍ଗିଛି। ଟିମ ଇଣ୍ଡିଆ ଗୋଟିଏ ବର୍ଷ ମଧ୍ୟରେ ସର୍ବାଧିକ ଅନ୍ତର୍ଜାତୀୟ ମ୍ୟାଚ ଜିତିବା ପାଇଁ ଦଳ ହୋଇପାରିଛି। ଚଳିତ ବର୍ଷ ପାକିସ୍ତାନ ବିପକ୍ଷରେ ଭାରତର ୩୯ ତମ ବିଜୟ ଥିଲା। ୨୦୦୩ରେ, ରିକି ପଣ୍ଟିଂଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ୩୮ଟି ବିଜୟ ସହ ଏହି ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲା। ଚଳିତ ବର୍ଷ ଟିମ ଇଣ୍ଡିଆରେ ଆହୁରି ଅନେକ ମ୍ୟାଚ ବାକି ଅଛି, ତେଣୁ ଭାରତ ଏକ ନୂଆ ରେକର୍ଡ ସୃଷ୍ଟି କରିବ।
ରିକି ପଣ୍ଟିଂଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ୨୦୦୩ରେ ୩୦ଟି ଦିନିକିଆ ଏବଂ ୮ଟି ଟେଷ୍ଟ ମ୍ୟାଚ ଜିତି ଏହି ରେକର୍ଡ ସୃଷ୍ଟି କରିଥିଲା। କିନ୍ତୁ ଚଳିତ ବର୍ଷ ଦୁଇଟି ଟେଷ୍ଟ, ୧୩ଟି ଦିନିକିଆ ଏବଂ ୨୪ ଟି-୨୦ ମ୍ୟାଚ ଜିତି ଭାରତ ଏହି ବିଶ୍ୱ ରେକର୍ଡ ଜିତିଛି। ଏହାପୂର୍ବରୁ ମଧ୍ୟ ଭାରତ ଥରେ ଅଷ୍ଟ୍ରେଲିଆର ଏହି ରେକର୍ଡର ନିକଟତର ହୋଇଥିଲା, କିନ୍ତୁ ଏଥିରୁ ବଞ୍ଚିତ ହୋଇଥିଲେ। ୨୦୧୭ରେ ଭାରତ ୩୭ଟି ବିଜୟ ହାସଏ କରିଥିଲା।
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!
ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

