କବିସୂର୍ଯ୍ୟନଗର,୨୬ା୬-ବିଦ୍ୟାଳୟର ଉନ୍ନତିମୂଳକ ଖର୍ଚ୍ଚ ପାଇଁ ଆସିଥିବା ୧୯ ଲକ୍ଷ ଟଙ୍କାର ହିସାବ ଦେଇ ନ ଥିବାରୁ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଘବ ସେଠୀ ନିଲମ୍ବିତ ହୋଇଛନ୍ତି। ସ୍ଥାନୀୟ ବିଇଓ ନିରଞ୍ଜନ ମିଶ୍ର ତାଙ୍କୁ ନିଲମ୍ବନ କରିଛନ୍ତି। ସେଠୀ ୨୦୧୩-୨୦୧୭ ପର୍ଯ୍ୟନ୍ତ ଓସିଙ୍ଗି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ୨୦୧୭ ଜୁଲାଇ ୧୮ ତାରିଖରେ ବଦଳି ହୋଇ ଏନଏସିସ୍ଥିତ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ନିଯୁକ୍ତି ପାଇଲେ। କିନ୍ତୁ ବଦଳି ପରେ ବି ଓସିଙ୍ଗି ସ୍କୁଲର ଯାବତୀୟ ଖର୍ଚ୍ଚର ହିସାବ, କ୍ୟାଶ୍ବୁକ, ପାସବୁକ ଆଦି ହସ୍ତାନ୍ତର କରିନଥିଲେ। ବିଦ୍ୟାଳୟ ମରାମତି, କୋଠା ନିର୍ମାଣ, ପାଇଖାନା, ରୋଷେଇ ଘର ଓ ମଧ୍ୟାହ୍ନ ଭୋଜନ ବାବଦକୁ ଆସିଥିବା ଅନୁଦାନ ଓ ଖର୍ଚ୍ଚ ହିସାବ ଦେଇ ନ ଥିବା ଜାଣି ବିଇଓ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ମାତ୍ର ଠିକ୍ ଉତ୍ତର ଦେଇପାରି ନ ଥିଲେ ପ୍ରଧାନଶିକ୍ଷକ। ଏଣୁ ତାଙ୍କୁ ନିଲମ୍ବନ କରାଗଲା ବୋଲି ବିଇଓ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
Archives

