୧୯ ଲକ୍ଷ ଟଙ୍କାର ହିସାବ ନ ଦେବାରୁ ପ୍ରଧାନଶିକ୍ଷକ ନିଲମ୍ବିତ

କବିସୂର୍ଯ୍ୟନଗର,୨୬ା୬-ବିଦ୍ୟାଳୟର ଉନ୍ନତିମୂଳକ ଖର୍ଚ୍ଚ ପାଇଁ ଆସିଥିବା ୧୯ ଲକ୍ଷ ଟଙ୍କାର ହିସାବ ଦେଇ ନ ଥିବାରୁ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଘବ ସେଠୀ ନିଲମ୍ବିତ ହୋଇଛନ୍ତି। ସ୍ଥାନୀୟ ବିଇଓ ନିରଞ୍ଜନ ମିଶ୍ର ତାଙ୍କୁ ନିଲମ୍ବନ କରିଛନ୍ତି। ସେଠୀ ୨୦୧୩-୨୦୧୭ ପର୍ଯ୍ୟନ୍ତ ଓସିଙ୍ଗି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ୨୦୧୭ ଜୁଲାଇ ୧୮ ତାରିଖରେ ବଦଳି ହୋଇ ଏନଏସିସ୍ଥିତ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ନିଯୁକ୍ତି ପାଇଲେ। କିନ୍ତୁ ବଦଳି ପରେ ବି ଓସିଙ୍ଗି ସ୍କୁଲର ଯାବତୀୟ ଖର୍ଚ୍ଚର ହିସାବ, କ୍ୟାଶ୍‌ବୁକ, ପାସବୁକ ଆଦି ହସ୍ତାନ୍ତର କରିନଥିଲେ। ବିଦ୍ୟାଳୟ ମରାମତି, କୋଠା ନିର୍ମାଣ, ପାଇଖାନା, ରୋଷେଇ ଘର ଓ ମଧ୍ୟାହ୍ନ ଭୋଜନ ବାବଦକୁ ଆସିଥିବା ଅନୁଦାନ ଓ ଖର୍ଚ୍ଚ ହିସାବ ଦେଇ ନ ଥିବା ଜାଣି ବିଇଓ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ମାତ୍ର ଠିକ୍‌ ଉତ୍ତର ଦେଇପାରି ନ ଥିଲେ ପ୍ରଧାନଶିକ୍ଷକ। ଏଣୁ ତାଙ୍କୁ ନିଲମ୍ବନ କରାଗଲା ବୋଲି ବିଇଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ: ମଲାଡ଼ ପଞ୍ଚାୟତ ପକ୍ଷରୁ…

ଗଞ୍ଜାମ, ୨୧/୭ (ବିଦ୍ୟାଧର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ଅଭିଯାନ’ ଆହ୍ୱାନ ଏବଂ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପରାମର୍ଶକ୍ରମେ ଜିଲାର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri