୧ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ

ଗଣିଆ,୧୯ା୧୧(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତର ବୁରିଆପାଜୁ, ସେନେପେରି ଓ ଇଡେଇ ଗ୍ରାମରେ ୧ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛକୁ ସୋମବାର ପୋଡି ନଷ୍ଟ କରାଯାଇଛି ା ଗଣିଆ ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ମିତାଲି ପାତ୍ରଙ୍କ ଉପସ୍ଥିତିରେ ଖଣ୍ଡପଡା ଏସ୍‌ଡିପିଓ ଶ୍ରୀନିବାସ ମହାନ୍ତି, ଗଣିଆ ଥାନା ଅଧିକାରୀ ଦୀପକ କୁମାର ଖଣ୍ଡାୟତରାୟଙ୍କ ସମେତ ନୟାଗଡ ଓ ଦଶପଲ୍ଲା ଅବକାରୀ ବିଭାଗ କର୍ମଚାରୀ, ଗଣିଆ ଥାନା କର୍ମଚାରୀ ଏବଂ ଡିଭିଏଫ୍‌ ଟିମ୍‌ ମିଳିତ ଭାବେ ଚାଷ ହୋଇଥିବା ଗଞ୍ଜେଇ ଗଛ ଉପାଡି ସେହି ସ୍ଥାନରେ ନିଆଁ ଲଗାଇ ଦେଇଥିଲେ। ଉପାନ୍ତ ପାହାଡିଆ ଅଞ୍ଚଳ ହୋଇଥିବାରୁ ବାହାର ଚୋରା ବେପାରୀଙ୍କ ପ୍ରୋତ୍ସାହନରେ ଏଠାକାର ବିଭିନ୍ନ ସ୍ଥାନରେ ଗଞ୍ଜେଇ ଚାଷ କରାଯାଉଛି ା ଚୋରା ବେପାରୀମାନେ ଏଠାରୁ ବହୁ କମ୍‌ ମୂଲ୍ୟରେ ଗଞ୍ଜେଇ କିଣି ଦଶପଲ୍ଲା, ବୌଦ୍ଧ ଜିଲାର କୁଶଙ୍ଗ, ଚାରିଛକ ଓ କଟକ ଜିଲାର ନରସିଂହପୁର ଅଞ୍ଚଳ ଦେଇ ବାହରକୁ ଚାଲାଣ କରିଆସୁଛନ୍ତି। ପ୍ରତିବର୍ଷ ପୋଲିସ ଓ ଅବକାରୀ ବିଭାଗ ମିଳିତ ଚଢାଉ କରି ଏହିପରି ଗଞ୍ଜେଇ ଗଛ ନଷ୍ଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri