ଭୁବନେଶ୍ୱର, ୩୧-୮(ବ୍ୟୁରୋ): ଓଡ଼ିଶା ନିକଟ ଭବିଷ୍ୟତରେ ଏକ ଟ୍ରିଲିୟନ ଡଲାର ଅର୍ଥନୀତି ହେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଦିଗରେ ଯୁବପିଢି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଏଠାରେ ଇଣ୍ଡିଆନ ଚାମ୍ବର ଅଫ କମର୍ସ (ଆଇସିସି) ପକ୍ଷରୁ ଅନୁଷ୍ଠିତ ଏଚ୍ଆର୍ ସମିଟ ଅବସରରେ ମିଶ୍ର କହିଛନ୍ତି ଯେ, ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ରାଜ୍ୟରେ ସବୁ କିଛି ରହିଛି। ଏଠାରେ ଅଭିବୃଦ୍ଧି ନେଇ ବିପୁଳ ସମ୍ଭାବନା ରହିଥିବା ବେଳେ ଶିକ୍ଷା କ୍ଷେତ୍ରରେ ରାଜ୍ୟର ଯୁବବର୍ଗ ବେଶ୍ ଭଲ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ସେମାନେ ରାଜ୍ୟ କିମ୍ବା ଦେଶ ମଧ୍ୟରେ ରହିଥିବା ସୁଯୋଗରେ ସମୀତ ରହିଯାଉଛନ୍ତି। ଅନ୍ତର୍ଜାତୀୟ ସ୍ତରର ପ୍ରତିଦ୍ୱନ୍ଦିତାକୁ ଧ୍ୟାନ ଦେଇ ସେହି ମୁତାବକ ନୂଆ କୌଶଳ ଏବଂ ଦକ୍ଷତା ହାସଲ କରିବା ଉପରେ ଯୁବପୀଢି ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି, ନିବେଶକଙ୍କ ଲାଗି ଏଠାରେ ବାଣିଜ୍ୟ ଉପଯୋଗୀ ପରିବେଶ ସୃଷ୍ଟି କରାଯାଇଛି। ସେମାନେ ରାଜ୍ୟରେ ନିବେଶ ଲାଗି ଆଗେଇ ଆସିବାର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଏ ଦିଗରେ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ୧ ଟ୍ରିଲିୟନ ଡଲାର ଅର୍ଥନୀତି କ୍ଷେତ୍ରରେ ମାନବ ସମ୍ବଳର ଭୂମିକା ନେଇ ବିଭିନ୍ନ ଦିଗ ଉପରେ ଏଠାରେ ଆଲୋଚନା ହୋଇଥିଲା। ଏଥିରେ ଆଇସିସି ଓଡିଶା ରାଜ୍ୟ ଅଧ୍ୟକ୍ଷ ଏମ୍ସି ଥୋମାସ, ଆଇସିସି ଓଡ଼ିଶା ପରିଷଦର ମାନବ ସମ୍ବଳ କ୍ଷେତ୍ର ସଂଯୋଜକ ସଞ୍ଜୟ ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ସୁବ୍ରତ ତ୍ରୀପାଠୀ, ଆଇସିିସି କୋର କମିଟି ସଦସ୍ୟ ବିଜୟ କୁମାର ସାହୁ, ଆଇସିସି ଓଡ଼ିଶା ମୁଖ୍ୟ ଜ୍ୟୋତି ପ୍ରକାଶ ପାଲ୍, ଆଇସିସି ଓଡ଼ିଶା ରାଜ୍ୟ ପରିଷଦ ସହ ଅଧ୍ୟକ୍ଷ ଜେ.ବି. ପାଣି ପ୍ରମୁଖ ଉପସ୍ଥିତ ଥିଲେ।
ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…
ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…
ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ
ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…
ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!
ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…
ଦେଶରେ ବନ୍ଦ ହୋଇଯିବ ATM? ଆଉ ମିଳିବନି କ୍ୟାଶ୍!
ନୂଆଦିଲ୍ଲୀ,୫।୬: ଆମକୁ ଯେତେବେଳେ ବି କ୍ୟାଶ (ନଗଦ ଟଙ୍କା) ର ଆବଶ୍ୟକତା ପଡ଼ିଥାଏ, ଆମେ ଏଟିଏମ (ATM) ଯାଇ ତୁରନ୍ତ ବାହାର କରିନେଇଥାଉ। କିନ୍ତୁ ଏବେ ସମସ୍ୟା…
ସାଧାରଣ ଲୋକଙ୍କ ପକେଟ ଉପରେ ପଡିବ ମହଙ୍ଗା ମାଡ଼: ବଢ଼ିବ ମୁଦ୍ରାସ୍ଫୀତି, ଚମକାଇଲା RBIର ଆକଳନ
ନୂଆଦିଲ୍ଲୀ,୫।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା ରେପୋ ହାର ଉପରେ ତାଙ୍କର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏଥର, ରିଜର୍ଭ ବ୍ୟାଙ୍କ ରେପୋ ହାରକୁ…
ବଢ଼ିବନି ହୋମ କିମ୍ବା କାର୍ ଲୋନ୍ EMI; ଆରବିଆଇର ବଡ଼ ନିଷ୍ପତ୍ତି: ଅପରିବର୍ତ୍ତିତ ରହିଲା ରେପୋ ରେଟ୍
ନୂଆଦିଲ୍ଲୀ,୫।୬: ରିଜର୍ଭ ବ୍ୟାଙ୍କ ଗଭର୍ନର ସଞ୍ଜୟ ମାଲହୋତ୍ରାଙ୍କ ନେତୃତ୍ୱରେ ତିନି ଦିନ ଧରି ଚାଲିଥିବା ମନିଟାରୀ ପଲିସି କମିଟି (MPC) ବୈଠକ ପରେ ରେପୋ ରେଟ୍ ଉପରେ…
କୋର୍ଟ ମ୍ୟାରେଜ୍ କରୁଛନ୍ତି କି? ଜାଣନ୍ତୁ କେତେ ଟଙ୍କା ଖର୍ଚ୍ଚ ହୁଏ…
ନୂଆଦିଲ୍ଲୀ,୪।୬: ଆମ ମଧ୍ୟରୁ ଅନେକ ଲୋକ କୋର୍ଟ ମ୍ୟାରେଜ (Court Marriage) କରିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଯଦି ଆପଣ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ, ତେବେ…
ଟିପିସିଓଡିଏଲ୍ର ନୂଆ ସିଇଓ ଗଜାନନ ଏସ୍.କାଲେ
ଭୁବନେଶ୍ୱର, ୩ା୬: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)ର ନୂଆ ସିଇଓ ଭାବେ ଗଜାନନ…
Archives

