୧ ନଂ ହାଟ ସିଲ କଲା ବିଏମ୍‌ସି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ)-ରଜ ପାଇଁ ରାଜଧାନୀର ବିଭିନ୍ନ ଡ୍ରେସ୍‌ ଓ ଶାଢ଼ି ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ୟୁନିଟ୍‌-୨ ମାର୍କେଟ ବିଲ୍‌ଡିଂ, ରାଜମହଲ, ନୟାପଲ୍ଲୀ, ଶହୀଦନଗର ଆଦି ପ୍ରମୁଖ ଅଞ୍ଚଳର ଡ୍ରେସ୍‌ ଓ ଶାଢ଼ି ଶୋ’ରୁମ୍‌ଗୁଡ଼ିକରେ ପ୍ରବଳ ଗହଳି ଲାଗିଥିଲା। ୧ ନମ୍ବର ହାଟ ଓ ରସୁଲଗଡ଼ର କୋଚିଲେଇ ହାଟରେ ମଧ୍ୟ ଗହଳି ହୋଇଥିଲା। ଲୋକେ କରୋନା କଟକଣାକୁ ଭୁଲି କିଣାକିଣିରେ ବ୍ୟସ୍ତ ଥିଲେ। ସାମାଜିକ ଦୂରତ୍ୱ ଉଲ୍ଲଂଘନ ହେଉଥିବାବେଳେ ଅନେକଙ୍କ ମୁହଁରେ ମାସ୍କ ନ ଥିଲା। ସେହିପରି ବ୍ୟବସାୟୀମାନେ ମଧ୍ୟ କଟକଣା ଓ ନିୟମକାନୁନକୁ ଯେମିତି ଭୁଲିଯାଇଥିଲେ। ଏଭଳି ସ୍ଥିତି ଦେଖିବା ପରେ ବିଏମ୍‌ସି ପକ୍ଷରୁ ସିଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଶୁକ୍ରବାର ୧ ନମ୍ବର ହାଟ, ୟୁନିଟ୍‌ ୨ ମାର୍କେଟ ବିଲ୍ଡିଂ ସମେତ ସହରର ୨୦ରୁ ଊର୍ଦ୍ଧ୍ୱ ଦୋକାନ ଓ ମଲ୍‌କୁ ସିଲ୍‌ କରାଯାଇଛି। ଅନ୍ୟପକ୍ଷରେ ଶନିବାର ଓ ରବିବାର ଶଟ୍‌ଡାଉନ ଥିବାରୁ ଭୁବନେଶ୍ୱରର ସମସ୍ତ ଦୋକାନବଜାର ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri