୧ ଲକ୍ଷ କୋଭିଡ-୧୯ ରାପିଡ ଟେଷ୍ଟିଂ କିଟ୍‌ ଗ୍ରହଣ କଲା ଆନ୍ଧ୍ର ପ୍ରଦେଶ

ଅମରାବତୀ,୧୭।୪: ଦେଶରେ କରୋନା ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଥିବାରୁ ଏବେ ଏହାର ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି ଉଭୟ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାର। ଏହି କ୍ରମରେ ଶୁକ୍ରବାର ଆନ୍ଧ୍ରପ୍ରଦେଶ ସରକାର ଦକ୍ଷିଣ କୋରିଆରୁ ଆସିଥିବା ୧ ଲକ୍ଷ କୋଭିଡ-୧୯ ରାପିଡ ଟେଷ୍ଟିଂ କିଟ୍‌ ଗ୍ରହଣ କରିଛନ୍ତି। ଏହାଦ୍ୱାରା ଶୀଘ୍ର କରୋନା ଟେଷ୍ଟ କରାଯାଇ ପାରିବ ବୋଲି ଜଣାପଡିଛି। ଏକ ସ୍ପେଶାଲ ଚାଟର୍ଡ ବିମାନ ଏହି କିଟ୍‌ ଆଣି ଆନ୍ଧ୍ରପ୍ରଦେଶରେ ପହଞ୍ଚାଇଛି। ଏହା ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନମୋହନ ରେଡ୍ଡି ଅମରାବତୀରେ ଥିବା ତାଙ୍କ କାର୍ଯ୍ୟାଳୟରେ ଏହା ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ଉପ ମୁଖ୍ୟମନ୍ତ୍ରୀ ଆଲା କଲି କ୍ରିଷ୍ଣା ଶ୍ରୀନିବାସ, ଡିଜିପି ପ୍ରମୁଖ ଉପସ୍ଥିତ ଥିଲେ। ଏହି ରାପିଡ ଟେଷ୍ଟିଂ କିଟ୍‌ ମାଧ୍ୟମରେ ମାତ୍ର ୧୦ ମିନିଟ ମଧ୍ୟରେ କରୋନା ଟେଷ୍ଟ କରାଯାଇ ପାରିବ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସ୍ପେଶାଲ ଚିଫ୍‌ ସେକ୍ରେଟାରୀ ଡାକ୍ତର ଜଓ୍ବାହର ରେଡ୍ଡୀ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri