୧.୨୦ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ବ୍ୟବସାୟୀ ହେଲେ ନିଶାକର ପାତ୍ର। ତାଙ୍କଠାରୁ ୧୨ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହାର ମୂଲ୍ୟ ୧ଲକ୍ଷ ୨୦ହଜାର ଟଙ୍କା ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ଦୀର୍ଘଦିନ ଧରି ସେ ଅବକାରୀ ବିଭାଗ ଓ ପୋଲିସ୍‌ ଆଖିରେ ଧୂଳି ଦେଇ ଏହି ବ୍ୟବସାୟ ଚଳାଇ ଆସୁଥିଲେ। ତାଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ସେହିଦିନଠାରୁ ଅଭିଯୁକ୍ତଙ୍କୁ ଧରିବା ପାଇଁ ଜାଲ ବିଛାଯାଇଥିଲା। ଅବକାରୀ ଥାନା, ବାଲେଶ୍ୱର-୧ ଭାରପ୍ରାପ୍ତ ଅଧିକାରୀ ଅର୍ଜୁନ କୁମାର ମଲ୍ଲିକ ଏକ ସ୍ବତନ୍ତ୍ର ଟିମ୍‌ ସହ ଅତର୍କିତ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସମର୍ଥ ହୋଇଥିଲେ। ଏ ସଂକ୍ରାନ୍ତରେ ୨୧(ବି) ଦଫାରେ ଏକ ମାମଲା (ନଂ. ୧୩୦/୧୯-୨୦) ରୁଜୁ ହୋଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri