୧.୨୦ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ବ୍ୟବସାୟୀ ହେଲେ ନିଶାକର ପାତ୍ର। ତାଙ୍କଠାରୁ ୧୨ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହାର ମୂଲ୍ୟ ୧ଲକ୍ଷ ୨୦ହଜାର ଟଙ୍କା ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ଦୀର୍ଘଦିନ ଧରି ସେ ଅବକାରୀ ବିଭାଗ ଓ ପୋଲିସ୍‌ ଆଖିରେ ଧୂଳି ଦେଇ ଏହି ବ୍ୟବସାୟ ଚଳାଇ ଆସୁଥିଲେ। ତାଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ସେହିଦିନଠାରୁ ଅଭିଯୁକ୍ତଙ୍କୁ ଧରିବା ପାଇଁ ଜାଲ ବିଛାଯାଇଥିଲା। ଅବକାରୀ ଥାନା, ବାଲେଶ୍ୱର-୧ ଭାରପ୍ରାପ୍ତ ଅଧିକାରୀ ଅର୍ଜୁନ କୁମାର ମଲ୍ଲିକ ଏକ ସ୍ବତନ୍ତ୍ର ଟିମ୍‌ ସହ ଅତର୍କିତ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସମର୍ଥ ହୋଇଥିଲେ। ଏ ସଂକ୍ରାନ୍ତରେ ୨୧(ବି) ଦଫାରେ ଏକ ମାମଲା (ନଂ. ୧୩୦/୧୯-୨୦) ରୁଜୁ ହୋଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri