୨ଟି କଦଳୀ ଦାମ୍‌ ୪୪୨ ଟଙ୍କା

ନୂଆଦିଲ୍ଲୀ,୨୬-୭: ବଲିଉଡ୍‌ ଷ୍ଟାର୍‌ ରାହୁଲ ବୋଷ ଚଣ୍ଡୀଗଡର ଏକ ସମୃଦ୍ଧ ହୋଟେଲରେ ଖାଇବା ବେଳେ ମାତ୍ର ୨ଟି କଦଳୀ ପାଇଁ ୪୪୨ ଟଙ୍କା ପ୍ରଦାନ କରିଛନ୍ତି। ସେ ଏ ସମ୍ପର୍କରେ ଟୁଇଟରରେ ସେ ଏକ ଭିଡିଓ ପୋଷ୍ଟ କରି ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଜଣାପଡିବା ପରେ କର୍ତ୍ତୃପକ୍ଷଙ୍କ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ରାହୁଲ ତାଙ୍କ ଭିଡିଓରେ ଦର୍ଶାଇଛନ୍ତି ଯେ, ହୋଟେଲ ଜେଡବ୍ଲ୍ୟୁ ମାରିୟଟ ମାତ୍ର ୨ଟି କଦଳୀ ପାଇଁ ୪୪୨.୫୦ ଟଙ୍କା ଆଦାୟ କରିଛି। ସମସ୍ତଙ୍କୁ ଏହା ବିଶ୍ୱାସ କରିବାକୁ ହେବ। ଏହି ଟୁଇଟର ପୋଷ୍ଟ ସମ୍ପର୍କରେ ଜାଣିବା ପରେ ଚଣ୍ଡିଗଡ ଡେପୁଟି ଏକ୍ସାଇଜ ଆଣ୍ଡ ଟ୍ୟାକ୍ସେଶନ କମିଶନର ମନଦୀପ ସିଂ ବ୍ରାର୍‌ ବୁଧବାର ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆସିଷ୍ଟାଣ୍ଡ ଏକ୍ସାଇଜ ଆଣ୍ଡ ଟ୍ୟାକ୍ସେଶନ କମିଶନର ରାଜୀବ ଚୌଧୁରୀଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦିଆଯାଇଛି। ଅଭିଯୋଗର ସତ୍ୟତା ପ୍ରମାଣିତ ହେବା ପରେ ଉକ୍ତ ହୋଟେଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ରାର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri