୨ଟି ବୁଥ୍‌ରେ ସାନି ମତଦାନ

ସୁନ୍ଦରଗଡ଼,୨୫ା୪(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍‌ରେ ଇଭିଏମ୍‌ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍‌ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୨୧୩ ନଂ ମତଦାନ କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ୨୬  ପ୍ରତିଶତ ମତଦାନ ହୋଇଥିଲା । ଏହି ମତଦାନ କେନ୍ଦ୍ରରେ ୯୫୭ ଜଣ ମତଦାତା ରହିଛନ୍ତି । ସେହିପରି ବଣାଇଁ ବିଧାନସଭା ନିର୍ବାଚନମଣ୍ଡଳୀର ୧୨୯ନଂ ବୁଥରେ ମଧ୍ୟ ସାନି ମତଦାନ ହେଉଛି । ଏଠାରେ ୯୪୧ଜଣ ଭୋଟର ରହିଛନ୍ତି। ଉଭୟ ବୁଥ୍‌ରେ ଭୋଟ ଦେବା ପାଇଁ ଭୋଟରଙ୍କ ମଧ୍ୟରେ ବେଶ ଉତ୍ସାହ ପ୍ରକାଶ ପାଇଥିବାବେଳେ ମହିଳା ଓ ପୁରୁଷମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା। ରଙ୍ଗାଢିପା ବୁଥ୍‌ ଭିତରକୁ ବାରମ୍ବାର ଦଳୀୟ ପ୍ରାର୍ଥୀମାନେ ଯିବାଆସିବା କରିବା ଓ ବୁଥ୍‌ ସମ୍ମୁଖରେ ବିଭିନ୍ନ ରାଜନୈତିକ ଦଳର କର୍ମୀ ଓ ନେତାମାନେ ଭୋଟରଙ୍କୁ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଖୋଲାଖୋଲି ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଏଭଳି ସ୍ଥିତିରେ କିଛି ସମୟ ସେଠାରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଶାନ୍ତିପୂର୍ଣ୍ଣ ଭାବେ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?