୨ବର୍ଷ ପୂର୍ବରୁ ବିକ୍ରି ହୋଇଥିବା କାର୍‌ର ଚାଲାଣ ପହଞ୍ଚିଲା ଘରେ: ଯାଞ୍ଚ ପରେ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟକର ତଥ୍ୟ

ଗ୍ରେଟର ନୋଏଡା, ୬।୧୨: ଦେଶରେ ନୂଆ ମୋଟରଯାନ ଆଇନ ଲାଗୁ ହେବା ପରେ ଦିନକୁ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିଛି। ଇତିମଧ୍ୟରେ ଚାଲାଣ କଟାଯିବାର ଏକ ଭିନ୍ନ ଘଟଣା ଉତ୍ତରପ୍ରଦେଶ ଗ୍ରେଟର ନୋଏଡାରୁ ଆସିଛି। ୨ ବର୍ଷ ପୂର୍ବରୁ ବିକ୍ରି କରଯାଇଥିବା କାର୍‌ର ଚାଲାଣ ଜଣେ ମହିଳାଙ୍କ ଘରେ ପହଞ୍ଚିଛି। ଏନେଇ ମହିଳା ଜଣଙ୍କ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିବା ପରେ ଘଟଣାର ସତ୍ୟାସତ୍ୟ ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ଉଲଫା-୧ ସେକ୍ଟରର ପ୍ରତିମା ୨୦୧୭ ଅକ୍ଟୋବର ୧୪ରେ ତାଙ୍କ କାର୍‌କୁ ବୁଲନ୍ଦସହରରେ ରହୁଥିବା ମହେନ୍ଦ୍ରଙ୍କୁ ବିକ୍ରି କରିଦେଇଥିଲେ। ମହେନ୍ଦ୍ର ଗାଡିକୁ ନିଜ ନାଁରେ କରାଇବା ପାଇଁ ସମସ୍ତ କାଗଜପତ୍ରରେ ହସ୍ତାକ୍ଷର କରିଥିଲେ। ହେଲେ ଏବେ ପର୍ଯ୍ୟନ୍ତ ନିଜ ନଁାରେ କରାଇନାହାନ୍ତି ବୋଲି ପ୍ରତିମା ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ନାଁ ଟ୍ରାନ୍ସଫର ହୋଇ ନ ଥିବାରୁ କାର୍‌ର ସମସ୍ତ ଚାଲାଣ ତାଙ୍କ ନଁାରେ କଟାଯାଉଛି। ଏନେଇ ଅଭିଯୋଗ ପାଇବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି। ତଦନ୍ତ ସମୟରେ ଏନେଇ ମହେନ୍ଦ୍ରଙ୍କୁ ପଚରାଯିବାରୁ ସେ କହିଛନ୍ତି, ପାଖାପାଖି ଏକ ବର୍ଷ ହେବ ସେ କାର୍‌କୁ ଆଉ ଜଣଙ୍କୁ ବିକ୍ରି କରିଦେଇଛନ୍ତି। ତେବେ ତୃତୀୟ ବ୍ୟକ୍ତି କିସ୍ତି ପରିଶୋଧ କରି ନ ଥିବାରୁ ଗାଡିର କାଗଜପତ୍ର ଟ୍ରାନ୍ସଫର କରାଯାଇପାରିନାହିଁ। ଆଉ ରହିଲା ଚାଲାଣ କଥା ସେ ସବୁ ଜମା କରିଦେଇଛନ୍ତି ବୋଲି ମହେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri