୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ରହିତାଦେଶ

କଟକ ଅଫିସ,୧୪ା୧: କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣିବେଳେ ୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ଏଥିସହ ହାଇକୋର୍ଟ ଅନୁଭବଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ବର୍ଷାଙ୍କୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ କେ. ଆର୍‌. ମହାପାତ୍ରଙ୍କ ଖଣ୍ଡପୀଠ ଅନୁଭବଙ୍କ ଆବେଦନର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ଅନୁଭବଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ଲଳିତେନ୍ଦୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି। ଆସନ୍ତା ଫେବୃୟାରୀ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ବର୍ଷା-ଅନୁଭବଙ୍କ ଛାଡ଼ପତ୍ର ମାମଲାର ଶୁଣାଣିବେଳେ ପରିବାର ଅଦାଲତରେ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ ଶେଷ ହୋଇ ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ଆରମ୍ଭ ହୋଇଥିଲା। ବର୍ଷାଙ୍କୁ ଅନୁଭବଙ୍କ ପକ୍ଷରୁ ଆଇନଜୀବୀ ଜେରା କରୁଥିଲେ। ସାକ୍ଷ୍ୟ ଗ୍ରହଣବେଳେ ଉଭୟ ପକ୍ଷର ୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ଅଦାଲତରେ ଉପସ୍ଥିତ ରହିପାରିବେ ନାହିଁ ବୋଲି ପରିବାର ଅଦାଲତ ଗତ ନଭେମ୍ବର ୩ରେ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ବିରୋଧ କରି ଅନୁଭବଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri