୨ରୁ ଭାଜପାର ରାଜ୍ୟବ୍ୟାପୀ ପଦଯାତ୍ରା

ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭାଜପା ପକ୍ଷରୁ ଆସନ୍ତା ୨ ତାରିଖରେ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଦେଶବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହେବ। ରାଜ୍ୟରେ ସମସ୍ତ ସଂସଦୀୟ ଓ ବିଧାନସଭା କ୍ଷେତ୍ରରେ ଏହି ପଦଯାତ୍ରା ୧୫ ଦିନ ଧରି ଚାଲିବା ଗାନ୍ଧିଜୀଙ୍କ ବାର୍ତ୍ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ବିଶ୍ୱରେ ଆଗେଇ ନେବାସହ ସଚେତନତା ସୃଷ୍ଟି କରୁଛନ୍ତି। ଏହି ପଦଯାତ୍ରା ଅବସରରେ ଗାନ୍ଧୀଙ୍କ ବାର୍ତ୍ତା ସ୍ବଦେଶୀ, ସ୍ବଚ୍ଛତା, ସ୍ବରାଜ, ସ୍ବାବଲମ୍ବୀ, ସାଧାରଣ ଓ ସରଳ ଜୀବନଯାପନ, ଜଳ ସଂରକ୍ଷଣ, ନିଶା ନିବାରଣ, ସିଙ୍ଗଲ ୟୁଜ୍‌ଡ ପ୍ଲାଷ୍ଟିକ ବର୍ଜନ ସଂପର୍କରେ ସାଧାରଣ ଜନତାଙ୍କୁ ଅବଗତ ଓ ସଚେତନତା କରାଯିବ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୨ ତାରିଖ ଦିନ କଟକ ଜିଲା ତେଲେଙ୍ଗାପେଣ୍ଠସ୍ଥିତ ଗାନ୍ଧୀ ସ୍ମୃତିପୀଠରୁ ଏହି ପଦଯାତ୍ରା ଆରମ୍ଭ କରିବେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ସାଧାରଣ ଜନତାଙ୍କୁ ଭେଟିବା ସହ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ। ପବିତ୍ର ଦୁର୍ଗାପୂଜା ଯୋଗୁ ଏହି ପଦଯାତ୍ରା ୨ରୁ ଆରମ୍ଭ ହୋଇ ସାମୟିକ ଭାବେ ସ୍ଥଗିତ ରଖାଯିବ। ଏହାପରେ ୧୧ତାରିଖରୁ ପଦଯାତ୍ରା ସମଗ୍ର ରାଜ୍ୟରେ ଅନୁଷ୍ଠିତ ହେବ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri