୨ଲକ୍ଷ ଟଙ୍କାର ଜାଲ୍‌ ଇ-ରେଳ ଟିକେଟ ଜବତ: ଖଡ଼ଗପୁରରୁ ଗିରଫ ହେଲେ ଦଲାଲ

ଭୁବନେଶ୍ୱର,୨୩ା୨(ବ୍ୟୁରେ): ରାଜଧାନୀରେ ଇ-ରେଳ ଟିକେଟ ଜାଲିଆତି ର଼୍ୟାକେଟ। ଇତିମଧ୍ୟରେ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ବିଭିନ୍ନ ସମୟରେ ଚଢ଼ାଉ କରି ବହୁ ଦଲାଲଙ୍କୁ ଗିରଫ କରିବା ସହ ତଦନ୍ତ ଚଳାଇଥିବାବେଳେ ଦେଶର ବିଭିନ୍ନ ସହରରେ ଏପରି ର଼୍ୟାକେଟ ଚାଲିଥିବା ଜାଣିବାକୁ ପାଇଛି। ନିକଟରେ ଧରାପଡିଥିବା ଦଲାଲଙ୍କଠାରୁ ଆର୍‌ପିଏଫ୍‌ ବିକ୍ରି ହୋଇସାରିଥିବା ବିପୁଳ ଜାଲ୍‌ ଇ-ରେଳ ଟିକେଟ ଜବତ କରିଥିଲା। ସେଥିମଧ୍ୟରୁ କେତେକ ଟିକେଟରେ ଯାତ୍ରା ହୋଇଥିବାବେଳେ ଆଉ କେତେକ ବାକି ଥିଲା। ଏହାକୁ ଧରି ଆର୍‌ପିଏଫ୍‌ ତା’ର ତଦନ୍ତକୁ ଆଗକୁ ବଢ଼ାଇଥିବାବେଳେ ଶନିବାର ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆଉଜଣେ ଦଲାଲଙ୍କୁ ଗିରଫ କରିଛି। ସେ ହେଲେ ପୀୟୂଷ ରାଣା। ତାଙ୍କ ନିକଟରୁ ୨ଲକ୍ଷ ଟଙ୍କାର ଇ- ରେଳ ଟିକେଟକୁ ଜବତ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଆର୍‌ଫିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି।

କିଭଳି ଧରାପଡ଼ିଲେ
ଭୁବନେଶ୍ୱରର ଜଣେ ଯାତ୍ରୀ ଅନ୍‌ଲାଇନରେ ପୀୟୂଷଙ୍କଠାରୁ ଟିକେଟ କିଣି ନିଜର ଗନ୍ତବ୍ୟ ସ୍ଥଳକୁ ଯାଉଥିଲେ। ଭୁବନେଶ୍ୱର ଷ୍ଟେଶନରେ ଜଣେ ଆର୍‌ପିଏଫ୍‌ କର୍ମଚାରୀ ଏହି ଟିକେଟ ଦେଖିବା ପରେ ତାଙ୍କ ଆଇଡିରୁ ତାହା କରାଯାଇ ନ ଥିବା ଜାଣିବା ପରେ ସନ୍ଦେହ ହୋଇଥିଲା। ଉକ୍ତ ବ୍ୟକ୍ତିଙ୍କୁ ପଚରାଉଚରା କରିବା ପରେ ଦଲାଲଙ୍କ ନାମ ପଦାକୁ ଆସିଥିଲା। ଆର୍‌ପିଏଫ ପୋଲିସ ଖଡ଼ଗପୁରରେ ଚଢାଉ କରି ପୀୟୂଷଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri